କେସିଙ୍ଗାରେ ବନ୍ଦ ପାଳନ

କେସିଙ୍ଗା,୭ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ
କୋଶଳ ରାଏଜ ମୁକ୍ତି ମୋର୍ଚ୍ଚାର ଆହ୍ବାନ କ୍ରମେ ବୁଧବାର ପ୍ରାଣୀ ଚିକିତ୍ସାଳୟ ନିକଟରେ ୨୬ ଜତୀୟ ରାଜପଥ ନିକଟରେ କୋଶଲ ରାଏଜ ଓ କେସିଙ୍ଗା ନଗର କମିଟି ପକ୍ଷରୁ ରାସ୍ତାରୋକୋ କରାଯାଇଥିଲା।

ପ୍ରକାଶ ଥାଉକି, ମଙ୍ଗଳବାରଠାରୁ ନଗର କମିଟି ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ସମସ୍ତ କେସିଙ୍ଗା ଜନସାଧାରଣକୁ ଜଣାଇ ଦିଆଯାଇଥିଲା ଓ ସମସ୍ତଙ୍କ ସହଯୋଗ କାମନା କରାଯାଇଥିଲା। ଏହି ଉପଲକ୍ଷେ ସମସ୍ତ ଦୋକାନ ବଜାର,ଗାଡ଼ି ମଟର,ସ୍କୁଲ କଲେଜ, ପୋଷ୍ଟ ଅଫିସ, ସମସ୍ତ ବ୍ୟବସାୟିକ ବ୍ୟାଙ୍କ, କୋର୍ଟ, ତହସିଲ ଅଫିସ ସବୁ ବନ୍ଦ ରହିଥିଲା। କେବଳ ଅତ୍ୟାବଶ୍ୟକୀୟ ମେଡିସିନ ଷ୍ଟୋର,ଫଳ ଦୋକାନ, ପନିପରିବା ଦୋକାନ ଖୋଲା ରହିଥିବା ଦେଖାଯାଇଥିଲା। ଏହି ବନ୍ଦରେ ପୂର୍ବତନ ଉପାଧ୍ୟକ୍ଷ ନରସିଂହ ନିଆଲ,ପୂର୍ବତନ କାଉନସିଲର ବିଜୟ ଦୀପ, ପୂର୍ବତନ ନଗରପାଳ ରାମ କୁମାର ଜୈନ, ମୋତି କୈବର୍ତ୍ତ, ବିଶ୍ବାସୀ ନାୟକ ପ୍ରମୁଖ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।
କେସିଙ୍ଗା ସହରର ସମସ୍ତ ଜନସାଧାରଣ ଏହି ବନ୍ଦରେ ସହଯୋଗ କରିଥିବାରୁ ସମସ୍ତଙ୍କୁ କମିଟି ପକ୍ଷରୁ ଧନ୍ୟବାଦ ଅର୍ପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri