୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ କୁମାର ପାଢ଼ୀ ସଭାପତିତ୍ୱ କରି ମହାବିଦ୍ୟାଳୟର ସାମଗ୍ରିକ ବିକାଶ ସନ୍ତୋଷଜନକ ବୋଲି କହିଥିବାବେଳେ ପରୀକ୍ଷାଫଳ ଏବଂ ଶିକ୍ଷାଦାନ ଉପରେ ଗୁରୁତ୍ୱାରୋପ କରିଥିଲେ। ମୁଖ୍ୟ ଅତିଥି ଭାବରେ କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ନୃପରାଜ ଯାଦବ ଯୋଗଦାନ କରି ମହାବିଦ୍ୟାଳୟର ସାମ୍ପ୍ରତିକ ସ୍ଥିତି ଏବଂ ବିକାଶକୁ ପ୍ରଶଂସା କରିଥିଲେ। ସେହିଭଳି ସମ୍ମାନୀତ ଅତିଥି ଭାବରେ ମହାବିଦ୍ୟାଳୟର ପ୍ରତିଷ୍ଠାତା ତଥା ଅବସର ପ୍ରାପ୍ତ ଅଧ୍ୟକ୍ଷ ପ୍ରଦୀପ କୁମାର ରଥ ଯୋଗଦାନ କରି ଏହି ମହାବିଦ୍ୟାଳୟ ସହିତ ତାଙ୍କର ବ୍ୟକ୍ତିଗତ ଏବଂ ଆନୁଷ୍ଠାନିକ ସମ୍ପର୍କ କେତେ ନିବିଡ ତା’ ଉପରେ ଆଲୋକପାତ କରିଥିଲେ। ନିଜସ୍ବ ବକ୍ତବ୍ୟରେ ସେ ଛାତ୍ରୀଛାତ୍ରମାନଙ୍କୁ ଭଲ ମଣିଷ ହେବାକୁ ଉପଦେଶ ଦେଇଥିଲେ । ଛାତ୍ର ସଂସଦର ଉପଦେଷ୍ଟା ଡକ୍ଟର ସତୀସଚନ୍ଦ୍ର ଖମାରୀ ନିଜ ବକ୍ତବ୍ୟରେ ଛାତ୍ରୀଛାତ୍ରମାନଙ୍କୁ କର୍ମଠ ଏବଂ କର୍ମଯୋଗୀ ହେବାପାଇଁ ଆହ୍ବାନ କରିଥିଲେ । ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରାଯିବା ସହ ଅତିଥିମାନଙ୍କୁ ଉପଢୌକନ ପ୍ରଦାନ ପୂର୍ବକ ସମ୍ମାନୀତ କରାଯାଇଥିଲା । ଡକ୍ଟର ରାକେଶ କୁମାର ବିଶି ମଞ୍ଚ ପରିଚାଳନା କରିଥିବାବେଳେ ଅଶ୍ୱିନୀ କୁମାର ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

ରାସ୍ତା ନଥିବାରୁ ନାଳ ପାଖରେ ଅଟକିଲା ଆମ୍ବୁଲାନ୍ସ ; ରାତିସାରା ଖୋଲା ଆକାଶ ତଳେ ପଡ଼ିରହିଲା ମୃତଦେହ, ସକାଳେ ୮ କିମି ବୋହିଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): ସ୍ୱାଧୀନତାର ୮୦ ବର୍ଷ ପୂର୍ତ୍ତି ଆଡ଼କୁ ଦେଶ ଆଗେଇ ଚାଲିଥିବା ବେଳେ ରାଜ୍ୟର ଦୁର୍ଗମ ଅଞ୍ଚଳରେ ଯାତାୟାତ ଓ ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର…

ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ମାଡିବସିଲା କୋକସରା ପୋଲିସ, ତାପରେ….

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥରୁ ଦୁଇଜଣ ଯୁବକଙ୍କୁ କୋକସରା ପୋଲିସ ଗିରଫ କରିଛି । ଗିରଫ…

ମସ୍ତିଷ୍କ ରୋଗରେ ପୀଡ଼ିତ ଶ୍ୟାମଘନ, ଅର୍ଥାଭାବ ନେଇ ଚିନ୍ତାରେ ପରିବାର

କର୍ଲାମୁଣ୍ଡା,୧୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଡୁକେରମାଲ ଗ୍ରାମର ଶ୍ୟାମଘନ ସାହୁ(୩୩) ମସ୍ତିଷ୍କ ରୋଗରେ ଆକ୍ରାନ୍ତ ହୋଇ ବରଗଡ଼ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…

ରେଢ଼ାଖୋଲ ବିକାଶ ଓ ଇକୋ ପାର୍କକୁ ଅବହେଳା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟାର୍ଗେଟ କରି ରୋହିତ ପୂଜାରୀ କହିଲେ ଏମିତି…

ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣରେ ଅବହେଳାକୁ ତୀବ୍ର ସମାଲୋଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri