କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏ ନେଇ ପରିବାର ଲୋକେ ଜିଲାପାଳଙ୍କୁ ଅଭିଯୋଗକରି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ସୂଚନା ଅନୁସାରେ ନର୍ଲା ବ୍ଲକ ଗିଗିନା ପଞ୍ଚାୟତ ଚୌକିପଦର ଗ୍ରାମ ମାଝୀପଡାର ସୁରଜିତ ମାଝୀ ସ୍ତ୍ରୀ ବେଲ ମାଝୀ (୩୪)ଙ୍କ ପ୍ରସବ ତାରିଖ ନିକଟତର ହୋଇଥିବାରୁ ଗତ ୧୩ତାରିଖରେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଏପରି ସ୍ଥଳେ ୧୪ ତାରିଖ ସକାଳ ସାଢେ ୫ଟା ସମୟରେ ବେଲ ଡାକ୍ତରଖାନାର ଶୌଚାଳୟକୁ ପରିସ୍ରା ପାଇଁ ଯାଇଥିବାବେଳେ ସେଠାରେ ଏକ ମୃତ ଶିଶୁପୁତ୍ର ଜନ୍ମ ଦେଇଥିଲେ। ଏହାପରେ ପ୍ରଚୁର ରକ୍ତସ୍ରାବ ଯୋଗୁ ବେଲ ଗୁରୁତର ହୋଇପଡ଼ିଥିଲେ। ଏହି ସମୟରେ କାର୍ଯ୍ୟରତ ନର୍ସିଂ ଅଫିସର ଅନୁପସ୍ଥିତ ଥିବାବେଳେ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ତଥା ସ୍ତ୍ରୀରୋଗ ବିଶେଷଜ୍ଞ ସକାଳ ସାଢେ ୬ଟାରେ ତାଙ୍କୁ ଭବାନୀପାଟଣା ମୁଖ୍ୟ ହସ୍ପିଟାଲକୁ ରେଫର କରିଥିଲେ। ହେଲେ ହସ୍ପିଟାଲ ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ କହିଛନ୍ତି। ପରେ ସେମାନେ ଏ ନେଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏହାସହ ସ୍ତ୍ରୀରୋଗ ବିଶେଷଜ୍ଞ କିମ୍ବା ନର୍ସିଂ ଅଫିସର ନ ଥିବାରୁ ନବଜାତ ଶିଶୁପୁତ୍ର ଓ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି ବୋଲି ସୁରଜିତ ସୋମବାର ଅନୁଷ୍ଠିତ ଜିଲାପାଳଙ୍କ ଜନଶୁଣାଣି ଶିବରରେ ଅଭିଯୋଗ କରିଛନ୍ତି। ଜିଲାପାଳ ଏ ଦିଗରେ ପଦକ୍ଷେପ ନେବାକୁ ସିଡିଏମ୍‌ଓଙ୍କୁ ନିର୍ଦ୍ଦେଶ ଦେଇଥିବା ସୁରଜିତ କହିଛନ୍ତି। ଏ ନେଇ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଡା. ପ୍ରୟାଗ ପ୍ରତିଶୁତି ମାଝୀଙ୍କୁ ପଚାରିବାରୁ ଗରିବ ଲୋକ ହୋଇଥିବାରୁ ବହୁ ସୁବିଧା ଓ ଯତ୍ନ ସହକାରେ ଚିକିତ୍ସା ସେବା କରାଯାଇଛି ବୋଲି ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ ଡେଲିଭରି ପାଇଁ ଅପେକ୍ଷା କରନ୍ତୁ…’

ନୂଆଦିଲ୍ଲୀ,୨୦।୩: ଏକ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ, ପେଟ୍ରୋଲିୟମ ମନ୍ତ୍ରଣାଳୟର ଯୁଗ୍ମ ସଚିବ କହିଛନ୍ତି ଯେ ଦେଶର ସମସ୍ତ ରିଫାଇନାରୀ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ସେ ଉଲ୍ଲେଖ…

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ…

ମେ’ ୪ରୁ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା: ଅନୁମତି ପାଇଁ କମିଟି ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୨୦ା୩(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଯାତ୍ରା କମିଟି ପକ୍ଷରୁ…

ହର୍ମୁଜ ଷ୍ଟ୍ରେଟ ଆକ୍ରମଣକୁ ନେଇ କଡ଼ା ଚେତାବନୀ ଦେଲାଣି ଭାରତ! କହିଲା ବେକାର ଯିବନାହିଁ ନିର୍ଦ୍ଦୋଶ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୩: ଯୁକ୍ତରାଜ୍ୟରେ ଭାରତର ହାଇକମିଶନର ବିକ୍ରମ ଡୋରାଇସ୍ବାମୀ, ହର୍ମୁଜ ଷ୍ଟ୍ରେଟରେ ଜାହାଜ ଉପରେ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି। ବିକ୍ରମ ଡୋରାଇସ୍ବାମୀ ସମସ୍ତ ନାବିକଙ୍କ ସୁରକ୍ଷା, ନୌଚାଳନା…

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

ଶ୍ୱଶୁରଙ୍କୁ ନେଇ ଏମିତି କହିଦେଲେ ଧୋନୀଙ୍କ ସ୍ତ୍ରୀ: ଚାରିଆଡ଼େ ହେଉଛି ଚର୍ଚ୍ଚା

ରାଞ୍ଚି,୨୦।୩: ଭରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ମହେନ୍ଦ୍ର ସିଂହ ଧୋନୀଙ୍କ ପରିବାର ସମ୍ପର୍କରେ ଏକ ଭାବପ୍ରବଣ ପୋଷ୍ଟ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ…

ଇରାନକୁ ଆଉ ଏକ ବଡ଼ ଝଟକା, ଇସ୍ରାଏଲୀ ଆକ୍ରମଣରେ IRGC ମୁଖପାତ୍ର ଅଲି ମହମ୍ମଦଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୩: ଇସ୍ରାଏଲ ଏବଂ ଆମେରିକା ସହିତ ଇରାନର ବିବାଦ ଜାରି ରହିଛି । ଏହି ବିବାଦ ମଧ୍ୟରେ ଇରାନକୁ ଆଉ ଏକ ବଡ଼ ଧକ୍କା ଲାଗିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri