ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କେସିଙ୍ଗା ମୁସଲମାନ ସମାଜର ବିରୋଧ, ଦୋଷୀଙ୍କୁ କଠୋର ଦଣ୍ଡ ସହ ଫାଶୀ ପାଇଁ ଦାବି

କେସିଙ୍ଗା,୨୫ା୪(ତୁମେଶ୍ୱର ସାହୁ): କଶ୍ମୀରର ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ପର୍ଯ୍ୟଟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା ସହ ଦୋଷୀଙ୍କୁ କଠୋର ଦଣ୍ଡ ଦେବା ପାଇଁ କେସିଙ୍ଗା ମୁସଲମାନ ସମାଜ ପକ୍ଷରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଦାବି କରି ସ୍ଥାନୀୟ ମସ୍‌ଜିଦ୍‌ଠାରେ ସଭାପତି ଜାକିର ହୁସେନଙ୍କ ନେତୃତ୍ୱରେ ଶୁକ୍ରବାର ଏକ ଦୋହା କରି କଳା ପଟି ବାନ୍ଧି ମୃତ ପର୍ଯ୍ୟଟକଙ୍କ ଆତ୍ମାର ସଦ୍‌ଗତି ପାଇଁ ପାର୍ଥନା କରିଥିଲେ। ଉକ୍ତ ସମାଜ ପକ୍ଷରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରି ଯେଉଁଭଳି ହତ୍ୟା କରାଯାଇଛି, ସେହି ଦୋଷୀଙ୍କୁ କେନ୍ଦ୍ର ଓ ରାଜ୍ୟ ସରକାର ଫାଶୀ ଦଣ୍ଡ ଦେବା ସହ କଠୋର ଦଣ୍ଡ ଦେବା ପାଇଁ ନିବେଦନ କରିଛନ୍ତି। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଖାତିର ନ କରି ମୁସ୍‌ଲିମ ସମାଜ ପକ୍ଷରୁ ଶୁକ୍ରବାର ଅପରାହ୍ନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କଶ୍ମୀରରେ ମୃତ ପର୍ଯ୍ୟଟକଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଆଗାମୀ ଦିନରେ ଯଦି ଏଭଳି ଆକ୍ରମଣ କରାଯାଏ, ତେବେ କେସିଙ୍ଗା ମୁସଲମାନ ସମାଜ ପକ୍ଷରୁ ସମ୍ପୂର୍ଣ୍ଣ ସହଯୋଗ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସହଯୋଗ କରିବ ବୋଲି ସମାଜର ସଭାପତି ଜାକିର ହୁସେନ ଦୃଢ଼ତା ସହ ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁସଲମାନ ସମାଜର ସମ୍ପାଦକ ଅବଦୁଲ ହମ୍ମିଦ,ଡା. ଏହେଁସାନ ଖାନ, ଅନୁ ହୁସେନ,ଛୋଟୁ ଖାନ,ମହମ୍ମଦ ଆୟୁବ ଖାନ ପ୍ରମୁଖ ସମାଜ ବିଶିଷ୍ଟ ବ୍ୟକ୍ତି ବିଶେଷ ଓ ସମସ୍ତ ମହିଳା, ଯୁବତୀ,ଯୁବକ, ଗୋଷ୍ଠୀ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଆତଙ୍କବାଦୀ ବିରୋଧୀ ସ୍ବର ଉତ୍ତୋଳନ କରି ମୃତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri