ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କେସିଙ୍ଗା ମୁସଲମାନ ସମାଜର ବିରୋଧ, ଦୋଷୀଙ୍କୁ କଠୋର ଦଣ୍ଡ ସହ ଫାଶୀ ପାଇଁ ଦାବି

କେସିଙ୍ଗା,୨୫ା୪(ତୁମେଶ୍ୱର ସାହୁ): କଶ୍ମୀରର ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ପର୍ଯ୍ୟଟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା ସହ ଦୋଷୀଙ୍କୁ କଠୋର ଦଣ୍ଡ ଦେବା ପାଇଁ କେସିଙ୍ଗା ମୁସଲମାନ ସମାଜ ପକ୍ଷରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଦାବି କରି ସ୍ଥାନୀୟ ମସ୍‌ଜିଦ୍‌ଠାରେ ସଭାପତି ଜାକିର ହୁସେନଙ୍କ ନେତୃତ୍ୱରେ ଶୁକ୍ରବାର ଏକ ଦୋହା କରି କଳା ପଟି ବାନ୍ଧି ମୃତ ପର୍ଯ୍ୟଟକଙ୍କ ଆତ୍ମାର ସଦ୍‌ଗତି ପାଇଁ ପାର୍ଥନା କରିଥିଲେ। ଉକ୍ତ ସମାଜ ପକ୍ଷରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରି ଯେଉଁଭଳି ହତ୍ୟା କରାଯାଇଛି, ସେହି ଦୋଷୀଙ୍କୁ କେନ୍ଦ୍ର ଓ ରାଜ୍ୟ ସରକାର ଫାଶୀ ଦଣ୍ଡ ଦେବା ସହ କଠୋର ଦଣ୍ଡ ଦେବା ପାଇଁ ନିବେଦନ କରିଛନ୍ତି। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଖାତିର ନ କରି ମୁସ୍‌ଲିମ ସମାଜ ପକ୍ଷରୁ ଶୁକ୍ରବାର ଅପରାହ୍ନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କଶ୍ମୀରରେ ମୃତ ପର୍ଯ୍ୟଟକଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଆଗାମୀ ଦିନରେ ଯଦି ଏଭଳି ଆକ୍ରମଣ କରାଯାଏ, ତେବେ କେସିଙ୍ଗା ମୁସଲମାନ ସମାଜ ପକ୍ଷରୁ ସମ୍ପୂର୍ଣ୍ଣ ସହଯୋଗ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସହଯୋଗ କରିବ ବୋଲି ସମାଜର ସଭାପତି ଜାକିର ହୁସେନ ଦୃଢ଼ତା ସହ ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁସଲମାନ ସମାଜର ସମ୍ପାଦକ ଅବଦୁଲ ହମ୍ମିଦ,ଡା. ଏହେଁସାନ ଖାନ, ଅନୁ ହୁସେନ,ଛୋଟୁ ଖାନ,ମହମ୍ମଦ ଆୟୁବ ଖାନ ପ୍ରମୁଖ ସମାଜ ବିଶିଷ୍ଟ ବ୍ୟକ୍ତି ବିଶେଷ ଓ ସମସ୍ତ ମହିଳା, ଯୁବତୀ,ଯୁବକ, ଗୋଷ୍ଠୀ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଆତଙ୍କବାଦୀ ବିରୋଧୀ ସ୍ବର ଉତ୍ତୋଳନ କରି ମୃତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri