ଜିଲାପାଳ ମାଗିଲେ କେସିଙ୍ଗା ଏନ୍‌ଏସି ଭିତ୍ତିଭୂମିର ବିବରଣୀ

କେସିଙ୍ଗା, ୯ା୫(ତୁମେଶ୍ୱର ସାହୁ)-କେସିଙ୍ଗା ଏନ୍‌ଏସିକୁ ମ୍ୟୁନିସିପାଲିଟି ଘୋଷଣା କରିବା ପାଇଁ ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ କଳାହାଣ୍ଡି ଜିଲାପାଳଙ୍କୁ ଭିତ୍ତିଭୂମିର ବିବରଣୀ ମାଗିଥିଲେ। ଜିଲାପାଳ ତାଙ୍କ ଚିଠି ସଂଖ୍ୟା ୩୧୯/୮ା୫ା୨୫ ଅନୁସାରେ ଜିଲା ପଞ୍ଚାୟତ ଅଫିସର କଳାହାଣ୍ଡି, ଉପଜିଲାପାଳ ଭବାନୀପାଟଣା, କେସିଙ୍ଗା ବିଡିଓ, ତହସିଲଦାର ଓ ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କୁ ତୁରନ୍ତ ଭିତ୍ତିଭୂମି ବିବରଣୀ ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ କେସିଙ୍ଗା ସିଟିଜେନ ଫୋରମର ସଭାପତି ଡା. ହେମରାଜ ସାହା ଗତ ୬ ତାରିଖରେ ରାଜ୍ୟ ସରକାରଙ୍କ ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରିନ୍ସିପାଲ ସେକ୍ରେଟାରି ଊଷା ପାଢ଼ୀଙ୍କୁ ୯ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଥିଲେ। ଏହି ଦାବିକୁ ଗ୍ରହଣକରି ଗୃହ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ଶାସନ ସଚିବଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୧୦୨୮୨/୬ା୫ା୨୫ରେ ଜିଲାପାଳଙ୍କୁ ଭିଭିଭୂମି ଓ ଅନ୍ୟାନ୍ୟ ତଥ୍ୟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri