କେସିଙ୍ଗା ଏନ୍‌ଏସିକୁ ମ୍ୟୁନିସିପାଲିଟି ଘୋଷଣା ଦାବି

କେସିଙ୍ଗା,୬ା୫(ତୁମେଶ୍ବର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିକୁ ମ୍ୟୁନିସିପାଲିଟି ଘୋଷଣା ପାଇଁ ସିଟିଜେନ ଫୋରମ ପକ୍ଷରୁ ଦାବି କରାଯାଇଛି। ଏହି ମର୍ମରେ ଫୋରମର ସଭାପତି ଡା. ହେମସାଗର ସାହା ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରିନ୍ସିପାଲ ସେକ୍ରେଟାରୀ ଉଷା ପାଢ଼ୀଙ୍କୁ ମଙ୍ଗଳବାର ଭୁବନେଶ୍ବରଠାରେ ସାକ୍ଷାତକରି ୯ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଛନ୍ତି। ସେ ଏଥିରେ ଦର୍ଶାଇଛନ୍ତି, କେସିଙ୍ଗା ଏନ୍‌ଏସି ୧୯୬୫ ମସିହାରୁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଭାବେ ପରିଚାଳିତ ହୋଇଆସୁଛି। ୨୦୧୧ ଜନଗଣନା ଅନୁସାରେ ସହରର ୧୨ ୱାର୍ଡରେ ଜନସଂଖ୍ୟା ୧୯,୨୩୯ ରହିଛି। ସେଥିମଧ୍ୟରୁ ୯୮୪୪ ପୁରୁଷ ଓ ୯୩୯୫ ମହିଳା। ବର୍ତ୍ତମାନ ଏହି ସଂଖ୍ୟା ୨୬ ହଜାରରେ ପହଞ୍ଚତ୍ଲାଣି। ଏହି ପରିପ୍ରେକ୍ଷୀରେ କେସିଙ୍ଗାକୁ ମ୍ୟୁନିସିପାଲିଟି ଘୋଷଣା କରାଗଲେ ସହରର ଭିତ୍ତିଭୂମି, ବାଣିଜ୍ୟ ବ୍ୟବସାୟ, ଲୋକଙ୍କ ଆର୍ଥିକ ମାନଦଣ୍ଡ ସୁଦୃଢ଼ ହୋଇପାରିବ। ଏହାଛଡ଼ା ଉକ୍ତ ଏନ୍‌ଏସି ୨୦୨୪-୨୫ ଆର୍ଥିକ ବର୍ଷରେ ହୋର୍ଡିଂ ଟାକ୍ସ ବାବଦକୁ ୫୯.୭୪ଲକ୍ଷ ଓ ବିଭିନ୍ନ ରାଜସ୍ବ ବାବଦରେ ୧.୫କୋଟି ଟଙ୍କା ଅର୍ଥ ଆଦାୟ କରିଛି। ଏନ୍‌ଏସି ୧୨ ୱାର୍ଡରେ ରାସ୍ତାଘାଟ ନିର୍ମାଣ, ଡ୍ରେନ୍‌, ପାନୀୟଜଳ, ବିଦ୍ୟୁତ୍‌ ସେବା, ଶିକ୍ଷା, ସ୍ବାସ୍ଥ୍ୟ ଆଦି ସୁବିଧା ଦେଇଆସୁଛି। ରାଜ୍ୟ ସରକାର ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ସିଟିଜେନ ଫୋରମ ସଭାପତି ସାହା ଦାବିପତ୍ରରେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri