କେସିଙ୍ଗା ଏନ୍‌ଏସିକୁ ମ୍ୟୁନିସିପାଲିଟି ଘୋଷଣା ଦାବି

କେସିଙ୍ଗା,୬ା୫(ତୁମେଶ୍ବର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିକୁ ମ୍ୟୁନିସିପାଲିଟି ଘୋଷଣା ପାଇଁ ସିଟିଜେନ ଫୋରମ ପକ୍ଷରୁ ଦାବି କରାଯାଇଛି। ଏହି ମର୍ମରେ ଫୋରମର ସଭାପତି ଡା. ହେମସାଗର ସାହା ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରିନ୍ସିପାଲ ସେକ୍ରେଟାରୀ ଉଷା ପାଢ଼ୀଙ୍କୁ ମଙ୍ଗଳବାର ଭୁବନେଶ୍ବରଠାରେ ସାକ୍ଷାତକରି ୯ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଛନ୍ତି। ସେ ଏଥିରେ ଦର୍ଶାଇଛନ୍ତି, କେସିଙ୍ଗା ଏନ୍‌ଏସି ୧୯୬୫ ମସିହାରୁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଭାବେ ପରିଚାଳିତ ହୋଇଆସୁଛି। ୨୦୧୧ ଜନଗଣନା ଅନୁସାରେ ସହରର ୧୨ ୱାର୍ଡରେ ଜନସଂଖ୍ୟା ୧୯,୨୩୯ ରହିଛି। ସେଥିମଧ୍ୟରୁ ୯୮୪୪ ପୁରୁଷ ଓ ୯୩୯୫ ମହିଳା। ବର୍ତ୍ତମାନ ଏହି ସଂଖ୍ୟା ୨୬ ହଜାରରେ ପହଞ୍ଚତ୍ଲାଣି। ଏହି ପରିପ୍ରେକ୍ଷୀରେ କେସିଙ୍ଗାକୁ ମ୍ୟୁନିସିପାଲିଟି ଘୋଷଣା କରାଗଲେ ସହରର ଭିତ୍ତିଭୂମି, ବାଣିଜ୍ୟ ବ୍ୟବସାୟ, ଲୋକଙ୍କ ଆର୍ଥିକ ମାନଦଣ୍ଡ ସୁଦୃଢ଼ ହୋଇପାରିବ। ଏହାଛଡ଼ା ଉକ୍ତ ଏନ୍‌ଏସି ୨୦୨୪-୨୫ ଆର୍ଥିକ ବର୍ଷରେ ହୋର୍ଡିଂ ଟାକ୍ସ ବାବଦକୁ ୫୯.୭୪ଲକ୍ଷ ଓ ବିଭିନ୍ନ ରାଜସ୍ବ ବାବଦରେ ୧.୫କୋଟି ଟଙ୍କା ଅର୍ଥ ଆଦାୟ କରିଛି। ଏନ୍‌ଏସି ୧୨ ୱାର୍ଡରେ ରାସ୍ତାଘାଟ ନିର୍ମାଣ, ଡ୍ରେନ୍‌, ପାନୀୟଜଳ, ବିଦ୍ୟୁତ୍‌ ସେବା, ଶିକ୍ଷା, ସ୍ବାସ୍ଥ୍ୟ ଆଦି ସୁବିଧା ଦେଇଆସୁଛି। ରାଜ୍ୟ ସରକାର ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ସିଟିଜେନ ଫୋରମ ସଭାପତି ସାହା ଦାବିପତ୍ରରେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri