୨୨କୋଟି ଵ୍ୟୟ ଅଟକଳରେ ନବୀକରଣ ହୋଇଛି କେସିଙ୍ଗା ରେଲୱେ ଷ୍ଟେଶନ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅଧିନସ୍ଥ କେସିଙ୍ଗା ରେଲୱେ ଷ୍ଟେଶନର ଶୁଭ ଉଦଘାଟନ ଶୁକ୍ରବାର ରେଳ ବିଭାଗ ପକ୍ଷରୁ କରାଯିବ । କେସିଙ୍ଗା ଷ୍ଟେଶନର ନବୀକରଣ ବାବଦକୁ ୨୨କୋଟି ଖର୍ଚ୍ଚ ହୋଇ ଥିବା ରେଲୱେ ବିଭାଗ ପକ୍ଷରୁ ସୂଚନା ଦେଇଛି। ସେଥିପାଇଁ କେସିଙ୍ଗା ରେଲୱେ ଷ୍ଟେସନରେ ଆଜି ଠାରୁ ସଜବାଜ ଜୋରଦାର ଚାଲିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଭାସୀ ମାଧ୍ୟମରେ ଶୁକ୍ରବାର ଅପରାହ୍ନରେ ୨.୩୦ମିନିଟରେ ଉଦଘାଟନ କରିବେ ବୋଲି ଇଷ୍ଟକୋଷ୍ଟର ପବ୍ଲିକ ରିଲେଶନ ଅଫିସର ତ୍ରିବିକ୍ରମ ସେଠ ସୂଚନା ଦେଇଛନ୍ତି ।

ଗତ ୧୯୩୧ମସିହାରେ ସ୍ଥାପିତ ଏହି ରେଲୱେ ଷ୍ଟେଶନର ନବୀକରଣ ୨୨କୋଟି ବ୍ୟୟ ଅଟକଳରେ କରାଯାଇଛି । ରାଜ୍ୟରେ ରେଳ ଭିତ୍ତିଭୂମିର ଆଧୁନିକୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ଆସନ୍ତାକାଲି (ଶୁକ୍ରବାର, ୧୭ ଜୁଲାଇ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୭୫ଟି ପୁନନିର୍ମିତ ରେଳ ଷ୍ଟେସନର ଉଦ୍‌ଘାଟନ କରିବେ । ଏହି ମେଗା ପ୍ରକଳ୍ପରେ ଓଡ଼ିଶାର ୭ଟି ପ୍ରମୁଖ ଷ୍ଟେଶନ ଯଥା ବଲାଙ୍ଗୀର, ବରପାଲି, ପାରଳାଖେମୁଣ୍ଡି, ତାଳଚେର, କେସିଙ୍ଗା, ବାରିପଦା ଏବଂ ବିମଳଗଡ଼ ସାମିଲ ରହିଛି, ଯାହାର ନବକଳେବର ହୋଇଛି ।
କେନ୍ଦ୍ର ସରକାରଙ୍କ ‘ଅମୃତ ଭାରତ ଷ୍ଟେଶନ ଯୋଜନା’ ଅଧୀନରେ ଏହି ଷ୍ଟେଶନଗୁଡ଼ିକୁ ବିଶ୍ୱସ୍ତରୀୟ, ସମାବେଶୀ ଏବଂ ଭବିଷ୍ୟତର ଆବଶ୍ୟକତାକୁ ଚାହିଁ ବିକଶିତ କରାଯାଇଛି । ଓଡ଼ିଶାର ଏହି ୭ଟି ଷ୍ଟେଶନର ନବୀକରଣ ପାଇଁ ପ୍ରାୟ ୧୦୯ କୋଟି ଟଙ୍କା ବ୍ୟୟ କରାଯାଇଛି । ସ୍ଥାନୀୟ ଐତିହ୍ୟକୁ ବଜାୟ ରଖିବା ସହ ଯାତ୍ରୀମାନଙ୍କୁ ଆଧୁନିକ ସେବା ଯୋଗାଇଦେବା ଏହି ଯୋଜନାର ମୂଳ ଲକ୍ଷ୍ୟ।
ଯାତ୍ରୀଙ୍କ ସୁବିଧା ପାଇଁ ଆକର୍ଷଣୀୟ ନୂଆ ଷ୍ଟେଶନ ଭବନ ନିର୍ମାଣ କରାଯିବା ସହ ଗାଡ଼ି ଚଳାଚଳ ନିୟନ୍ତ୍ରଣ ପାଇଁ ପ୍ରବେଶ ପଥକୁ ପ୍ରଶସ୍ତ କରାଯାଇଛି। ଷ୍ଟେଶନ ଗୁଡ଼ିକରେ ଲିଫ୍ଟ ସୁବିଧା ସହ ୧୨ ମିଟର ଚଉଡ଼ାର ପାଦଚଲା ପୋଲ ନିର୍ମାଣ କରାଯାଇଛି, ଯାହା ଦ୍ୱାରା ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକମାନେ ସହଜରେ ଯାତାୟତ କରିପାରିବେ।
ଯାତ୍ରୀଙ୍କ ଆରାମଦାୟକ ଯାତ୍ରା ପାଇଁ ପ୍ଲାଟଫର୍ମଗୁଡ଼ିକରେ ଉନ୍ନତ ଆଶ୍ରୟସ୍ଥଳୀ, ଅତ୍ୟାଧୁନିକ ଅପେକ୍ଷା ଗୃହ, ସ୍ୱଚ୍ଛ ଶୌଚାଳୟ ଏବଂ ଡିଜିଟାଲ୍ ଯାତ୍ରୀ ସୂଚନା ଫଳକ ଲଗାଯାଇଛି । ଏହାସହ ଷ୍ଟେଶନ ବାହାରେ ଗହଳି ନିୟନ୍ତ୍ରଣ କରିବା ପାଇଁ ପାର୍କିଂ ଜାଗାକୁ ଅଧିକ ପ୍ରଶସ୍ତ ଓ ବ୍ୟବସ୍ଥିତ କରାଯାଇଛି । ଏହି ନବୀକରଣର ସବୁଠାରୁ ଆକର୍ଷଣୀୟ ଦିଗ ହେଉଛି ଷ୍ଟେଶନ ଗୁଡ଼ିକର ସୁନ୍ଦର କଳାକୃତି। ପ୍ରତ୍ୟେକ ଷ୍ଟେଶନର ନିର୍ମାଣ ଶୈଳୀରେ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଦେଖିବାକୁ ମିଳିବ। ଏଥିରେ ସ୍ଥାନୀୟ ହସ୍ତତନ୍ତ, ପାରମ୍ପରିକ ଶିଳ୍ପ ଏବଂ ଆଦିବାସୀ କଳାର ଚିତ୍ର ସ୍ଥାନ ପାଇଛି, ଯାହା ଓଡ଼ିଶାର ଗୌରବମୟ ପରିଚୟକୁ ପ୍ରଦର୍ଶିତ କରିବ।
ଏହି ସାତଟି ଷ୍ଟେଶନର ପୁନଃବିକାଶ ଭାରତୀୟ ରେଳବାଇର ଓଡ଼ିଶାର ସାମଗ୍ରିକ ସାମାଜିକ-ଅର୍ଥନୈତିକ ବିକାଶରେ ଯୋଗଦାନ ଦେବା ସହିତ ନିରାପଦ, ଆଧୁନିକ, ଅନ୍ତର୍ଭୁକ୍ତ ଏବଂ ଆରାମଦାୟକ ଯାତ୍ରା ସୁବିଧା ଯୋଗାଇବା ପାଇଁ ଚାଲିଥିବା ପ୍ରୟାସରେ ଆଉ ଏକ ମାଇଲଖୁଣ୍ଟ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉନି କମ୍ପାନୀ, ଆନ୍ଦୋଳନ ପାଇଁ ସଜବାଜ ଯୁବ ଗୋଷ୍ଠୀ

ଗଞ୍ଜାମ,୩୧।୮,(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରେ ଅବସ୍ଥିତ ଗ୍ରାସୀମ କମ୍ପାନୀ ସ୍ଥାନୀୟ ଅଞ୍ଚଳ ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉ ନଥିବା ଅଭିଯୋଗ ହୋଇଛି। ରାଜ୍ୟ…

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

ସ୍ବାୟତ୍ତ ପାଇଁ ସରି ନାହିଁ ସଂଘର୍ଷ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ): ନିଜ ହାତରେ ନିଜ ଶାସନ। ନିଜେ ନିଜ ଅଞ୍ଚଳର ବିକାଶ ପାଇଁ ନିଷ୍ପତ୍ତି ନେବା ହିଁ ସ୍ବାୟତ୍ତ ଶାସନ। ସୁସ୍ଥ ଅନୁଶାସନ ବ୍ୟବସ୍ଥା ସହିତ…

ସ୍ବାୟତ୍ତ ଶାସନ ଦିବସ: ସଶକ୍ତ ନଗର ଶାସନ, ସମୃଦ୍ଧ ଓଡ଼ିଶାର ସଂକଳ୍ପ

ସ୍ବାୟତ୍ତ ଶାସନ ଦିବସ ଆମ ଗଣତାନ୍ତ୍ରିକ ବ୍ୟବସ୍ଥାର ସେହି ମୌଳିକ ଆଦର୍ଶକୁ ପୁନର୍ଜୀବିତ କରିବାର ଏକ ମହାର୍ଘ୍ୟ ଅବସର, ଯେଉଁଠି ଶାସନ କ୍ଷମତାର କେନ୍ଦ୍ରବିନ୍ଦୁ ଲୋକସେବା ବନ୍ଦ…

NEET ପରୀକ୍ଷା ଦେବା ପାଇଁ ମଦ୍ୟପାନ କରି ଆସି ସିଟରେ ବସିଗଲେ ପ୍ରାର୍ଥୀ, ହେଲେ କିପରି? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୩୧।୮: ତେଲଙ୍ଗାନାର ରଙ୍ଗା ରେଡ୍ଡି ଜିଲାରେ NEET-PG ପରୀକ୍ଷା ଦେଉଥିବା ପ୍ରାର୍ଥୀ ମହମ୍ମଦ ରିଜୱାନ ମଦ୍ୟପାନ କରି ପରୀକ୍ଷାସ୍ଥଳରେ ପହଞ୍ଚିଥିଲେ। ସେ ସୁରକ୍ଷା ବ୍ୟବସ୍ଥାକୁ ଭେଦ କରି…

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri