କେତୁଙ୍କ ବକ୍ରି ଚଳନ: ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନବର୍ଷାକୁ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ଓଲଟା ଚଳନ (ବକ୍ରୀ) କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ ଚଳନ କରିବାକୁ ଯାଉଛନ୍ତି। କେତୁଙ୍କର ଏହି ନକ୍ଷତ୍ର ପଦ ଗୋଚର ଆଜି ୩ ଅକ୍ଟୋବର ୨୦୨୬ ଶନିବାର ରାତି ୯ଟା ୪୮ ମିନିଟରେ ହେବ। କେତୁ ଗ୍ରହଙ୍କ ନକ୍ଷତ୍ର ପଦ ଗୋଚର ଯୋଗୁଁ ଅନେକ ରାଶିର ଲୋକଙ୍କ ଜୀବନ ଉପରେ ଏହାର ପ୍ରଭାବ ଦେଖିବାକୁ ମିଳିବ। ବୈଦିକ ଜ୍ୟୋତିଷ ଦୃଷ୍ଟିକୋଣରୁ କେତୁଙ୍କ ନକ୍ଷତ୍ର ପଦ ଗୋଚର ୪ଟି ରାଶି ପାଇଁ ଭାଗ୍ୟଶାଳୀ ସାବ୍ୟସ୍ତ ହେବ। ଏହି ରାଶିଗୁଡ଼ିକର ବ୍ୟକ୍ତିବିଶେଷଙ୍କୁ ଜୀବନରେ ଚାଲିଥିବା ସମସ୍ୟାରୁ ମୁକ୍ତି ମିଳିବ।

କର୍କଟ ରାଶିର ବ୍ୟକ୍ତିମାନଙ୍କୁ କେତୁଙ୍କ ନକ୍ଷତ୍ର ପଦ ଗୋଚରରୁ ବିଶେଷ ଲାଭ ମିଳିବ। କେତୁଙ୍କ ସ୍ଥିତିରେ ପରିବର୍ତ୍ତନ ଯୋଗୁଁ ଆପଣଙ୍କୁ ଆର୍ଥିକ କ୍ଷେତ୍ରରେ ସଫଳତା ମିଳିପାରେ। ଚାକିରିଆ ଏବଂ ବ୍ୟବସାୟୀ ଉଭୟଙ୍କ ପାଇଁ ଏହି ସମୟ ବେଶ ଅନୁକୂଳ ରହିବ। କର୍କଟ ରାଶିର ଲୋକଙ୍କର ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପରିବାରରେ ସୁଖ-ଶାନ୍ତି ବଜାୟ ରହିବ।

ଆର୍ଥିକ ଦୃଷ୍ଟିକୋଣରୁ କନ୍ୟା ରାଶିର ଲୋକଙ୍କ ପାଇଁ ସମୟ ଖୁବ ଭଲ ରହିବ। କେତୁ ମଘା ନକ୍ଷତ୍ରର ପ୍ରଥମ ପଦକୁ ଆସିବା ଯୋଗୁଁ ଆପଣଙ୍କ କ୍ୟାରିୟରରେ ଉନ୍ନତି ହେବ। ଆପଣଙ୍କ ମନସ୍କାମନା ପୂରଣ ହେବ। ଯଦି ଚାକିରି ବଦଳାଇବାକୁ ଚେଷ୍ଟା କରୁଛନ୍ତି, ତେବେ ଏଥିରେ ସଫଳତା ମିଳିପାରେ। କୌଣସି ବଡ଼ କମ୍ପାନୀରୁ ଚାକିରିର ସୁଯୋଗ (ଅଫର) ଆସିପାରେ। ତେବେ ଆପଣଙ୍କୁ ନିଜ ସୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡ଼ିବ।

କେତୁଙ୍କ ଚଳନରେ ପରିବର୍ତ୍ତନ ଯୋଗୁଁ ବିଛା ରାଶିର ବ୍ୟକ୍ତିମାନେ ଉପକୃତ ହେବେ। ଅଧୁରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବ୍ୟବସାୟୀ ଏବଂ ଚାକିରିଆଙ୍କ ପାଇଁ ସମୟ ଭଲ ରହିବ। ପୁଞ୍ଜି ନିବେଶ ପାଇଁ ଏହା ଅନୁକୂଳ ସମୟ। ନିବେଶ କରିବା ଦ୍ୱାରା ଉତ୍ତମ ଆର୍ଥିକ ଲାଭ ମିଳିପାରେ, ତେବେ ଭାବିଚିନ୍ତି ନିବେଶ କରିବା ଉଚିତ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ ଏବଂ ଜୀବନରୁ ମାନସିକ ଚାପ ଦୂର ହେବ।

କେତୁ ଗ୍ରହଙ୍କ ନକ୍ଷତ୍ର ପଦ ଗୋଚର ଫଳରେ ଧନୁ ରାଶିର ଲୋକଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିପାରେ। ଆପଣଙ୍କୁ ଭାଗ୍ୟର ସମ୍ପୂର୍ଣ୍ଣ ସହଯୋଗ ମିଳିବ। କ୍ୟାରିୟର ଏବଂ ସମ୍ପର୍କ ଦୃଷ୍ଟିରୁ ଏହି ସମୟ ଅନୁକୂଳ ରହିବ। ଚାକିରି କରୁଥିବା ଲୋକଙ୍କୁ ପଦୋନ୍ନତି (ପ୍ରମୋସନ) ମିଳିପାରେ। ବ୍ୟବସାୟୀମାନଙ୍କୁ କୌଣସି ବଡ଼ ଡିଲରୁ ଲାଭ ମିଳିବାର ସମ୍ଭାବନା ରହିଛି। ଅଟକି ରହିଥିବା ଅର୍ଥ ଫେରି ପାଇପାରନ୍ତି। ପାରିବାରିକ ଜୀବନରେ ସୁଖ-ଶାନ୍ତି ଫେରିଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?