ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର ପ୍ରଥମ ପାଦରେ ଗୋଚର କରିବେ। ବର୍ତ୍ତମାନ କେତୁ ସିଂହ ରାଶିରେ ଅବସ୍ଥିତ ଅଛନ୍ତି। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁଙ୍କୁ ରହସ୍ୟମୟ, ଆଧ୍ୟାତ୍ମିକ ଏବଂ ପାପଗ୍ରହ ଭାବେ ବିବେଚନା କରାଯାଏ। କେତୁଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶିର ଜାତକଙ୍କ ଉପରେ ପଡ଼ିପାରେ। ତେବେ ବିଶେଷ ଭାବେ ୩ଟି ରାଶିର ଲୋକଙ୍କୁ ଏହି ସମୟରେ ସତର୍କ ରହିବାକୁ ପଡ଼ିପାରେ।

ବୃଷ ରାଶିର ଜାତକଙ୍କ ପାଇଁ କେତୁଙ୍କ ପ୍ରଭାବ ଚତୁର୍ଥ ଭାବରେ ରହିବ। ଜ୍ୟୋତିଷ ଅନୁସାରେ ଏହି ଭାବ ମା’, ଘର-ପରିବାର, ସମ୍ପତ୍ତି ଓ ମାନସିକ ସୁଖ ସହ ଜଡ଼ିତ। ଏହି ସମୟରେ ପରିବାର ସହ ରହିଥିଲେ ମଧ୍ୟ ମନରେ ଏକାକୀପଣ ବା ଅସ୍ଥିରତା ଅନୁଭବ ହୋଇପାରେ। ଗାଡ଼ି ଚଳାଇବା ସମୟରେ ବିଶେଷ ସତର୍କତା ଅବଲମ୍ବନ କରନ୍ତୁ। ଘର ବଦଳାଇବା କିମ୍ବା ସମ୍ପତ୍ତି କିଣାବିକା ଭଳି ବଡ଼ ନିଷ୍ପତ୍ତି ନେବା ପୂର୍ବରୁ ଭଲ ଭାବେ ବିଚାର କରିବା ଉଚିତ।

କର୍କଟ ରାଶିର ଜାତକଙ୍କ ଦ୍ୱିତୀୟ ଭାବରେ କେତୁଙ୍କ ପ୍ରଭାବ ରହିବ। ଜ୍ୟୋତିଷରେ ଏହି ଭାବକୁ ଧନ, ସଞ୍ଚୟ, ପରିବାର ଓ ବାଣୀ ସହ ସମ୍ପର୍କିତ ବୋଲି ମନେ କରାଯାଏ। ଏହି ସମୟରେ ଆର୍ଥିକ ସ୍ଥିତିକୁ ନେଇ ଅସନ୍ତୋଷ ଦେଖାଦେଇପାରେ। ସଞ୍ଚୟ ପ୍ରଭାବିତ ହେବା ସହ ହଠାତ୍‌ ଖର୍ଚ୍ଚ ବଢ଼ିଯିବାର ଆଶଙ୍କା ରହିପାରେ। ତେଣୁ ଟଙ୍କାପଇସା ସମ୍ବନ୍ଧୀୟ ମାମଲାରେ ସତର୍କ ରହିବା ଆବଶ୍ୟକ। ପରିବାର ସଦସ୍ୟଙ୍କ ସହ କଥା ହେବାବେଳେ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ମଧ୍ୟ ଜରୁରୀ।

ସିଂହ ରାଶିର ଜାତକଙ୍କ ପାଇଁ କେତୁଙ୍କ ପ୍ରଭାବ ଆତ୍ମବିଶ୍ୱାସ, ବ୍ୟକ୍ତିତ୍ୱ ଓ ଜୀବନର ଦିଗ ସହ ଜଡ଼ିତ କ୍ଷେତ୍ରରେ ଦ୍ୱନ୍ଦ୍ୱ ବଢ଼ାଇପାରେ। କୌଣସି କାମ ପାଇଁ ଉତ୍ସାହ ଆସିବା ପରେ ହଠାତ୍‌ ସେହି କାମଠାରୁ ଦୂରେଇ ଯିବାର ଚିନ୍ତା ମନକୁ ଆସିପାରେ। ଏହି ସମୟରେ ଭାବପ୍ରବଣ ହୋଇ କୌଣସି ବଡ଼ ନିଷ୍ପତ୍ତି ନନେବା ଭଲ। ସମ୍ପର୍କରେ ଅଧିକ ଦୂରତା ସୃଷ୍ଟି କରିବା ପରିବର୍ତ୍ତେ ନିଜ ଲୋକଙ୍କ ସହ ଖୋଲାମେଲା ଭାବେ ଆଲୋଚନା ଜାରି ରଖିବା ଲାଭଦାୟକ ହୋଇପାରେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?