ଟିକ୍‌ଟକରୁ ସିଇଓ କେଭିନ ମେୟରଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୮।୮: ସର୍ଟ ଭିଡିଓ ଆପ୍‌ ଟିକ୍‌ଟକ ଗତ କିଛି ଦିନ ହେବ ବିଭିନ୍ନ ସମସ୍ୟା ସାମ୍ନା କରୁଛି। ଏହି କମ୍ପାନୀ ବର୍ତ୍ତମାନ ସମୟରେ ବିଭିନ୍ନ ବିବାଦୀୟ ପରିସ୍ଥିତ ଦେଇ ଗତି କରୁଛି। ଏଭଳି ଏକ ଘଡିସନ୍ଧି ସମୟରେ କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ କେଭିନ ମେୟର କମ୍ପାନୀ ନିକଟକୁ ଇସ୍ତଫା ପତ୍ର ପଠାଇଥିବା ରଏଟର୍ସ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ସେହିଭଳି କମ୍ପାନୀର ଜେନେରାଲ ମ୍ୟାନେଜର ଭାବେ କାର୍ଯ୍ୟରତ ଭାନୀସା ପାପସ୍‌ ଅନ୍ତରୀଣ ସିଇଓ ଭାବରେ କାର୍ଯ୍ୟ କରିବେ ବୋଲି ସୂଚନା ମିଳିଛି। କମ୍ପାନୀ ଗତ କିଛି ମାସ ହେବ ଆର୍ଥିକ ମାନ୍ଦାବସ୍ଥା ଦେଇ ଗତି କରୁଛି। ଚାଇନା ସହ ବିଭିନ୍ନ ଦେଶର ସମ୍ପର୍କ ବିଗିଡିବା ଯୋଗୁ କମ୍ପାନୀର କାରବାର ପ୍ରଭାବିତ ହୋଇଥିବା କୁହାଯାଇଛି। ସେହିପରି ଆସନ୍ତା କିଛି ଦିନ ମଧ୍ୟରେ ଆମେରିକାରେ ମଧ୍ୟ ଏହି ସର୍ଟ ଭିଡିଓ ବ୍ୟାନ ହୋଇପାରେ ବୋଲି ସୂଚନା ରହିଛି। ଟ୍ରମ୍ପ ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ନିର୍ଦେଶାବଳୀ ଓ ବର୍ତ୍ତମାନ ସମୟର ରାଜନୈତିକ ପରିସ୍ଥିତ ସହ ଅନ୍ୟାନ୍ୟ ସମସ୍ୟା ବିଷୟରେ ମେୟର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି। ଭାରତରୁ ଏହି ସର୍ଟ ଭିଡିଓ ଆପ୍‌ ଚାଇନା ସରକାରଙ୍କ ବିଭିନ୍ନ ମନମୁଖୀ କାର୍ଯ୍ୟ କାରଣରୁ ବ୍ୟାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri