Posted inଖେଳ

ସେହଓ୍ବାଗ୍‌ଙ୍କ ପରେ ଧୋନୀଙ୍କ ଉପରେ ରାଗିଲେ ପିଟରସେନ: କହିଲେ ‘ମୁଁ ତାଙ୍କ ନିର୍ବୋଧତାକୁ ଗ୍ରହଣ କରିପାରିବି ନାହିଁ’

ନୂଆଦିଲ୍ଲୀ,୨୪।୯: ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦ୍ୱିତୀୟ ମ୍ୟାଚ୍‌ ହାରିଯାଇଥିଲା ଚେନ୍ନାଇ ସୁପରକିଙ୍ଗ୍ସ। ଏହାକୁ ନେଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ସମାଲୋଚନା କରାଯାଉଛି। ପ୍ରଥମେ ଗୌତମ ଗମ୍ଭୀର ଏବଂ ସେହଓ୍ବାଗଙ୍କ ପରେ ଏବେ କେଭିନ ପିଟରସେନ ମଧ୍ୟ ଧୋନୀଙ୍କୁ କଟାକ୍ଷ କରିଛନ୍ତି।

ପିଟରସେନ କହିଛନ୍ତି, ଧୋନୀଙ୍କୁ ଆଗକୁ ଆସିବାକୁ ହେବ। ନିଜକୁ ଜିତିବାକୁ ସୁଯୋଗ ଦେବାକୁ ପଡ଼ିବ। ଟି-୨୦ର ଫର୍ମାଟ ଅଲଗା। ଏଥିରେ ଆପଣ ପାଞ୍ଚଟି ମ୍ୟାଚ୍‌ ଲଗାତାର ହାରି ବି ପାରନ୍ତି। ଏହାପରେ ଫାଇନାଲରେ ପହଞ୍ଚି ହେବ କି ନାହିଁ ସେ ନେଇ ଦ୍ୱିଧା ଉପୁଜିପାରେ। ଏଣୁ ଧୋନୀଙ୍କ ନିର୍ବୋଧତାକୁ ମୁଁ ସ୍ବିକାର କରିପାରିବି ନାହିଁ।

ପ୍ରଥମରୁ ନ ଆସି ଶେଷ ଆଡକୁ ଖେଳିବାକୁ ଆସିଥିଲେ ଧୋନୀ। ଏହା ସେ ପ୍ରୟୋଗ ପାଇଁ କରୁଥିବା କହିଥିଲେ। ମାତ୍ର ଗମ୍ଭୀର ଏବଂ ସେହଓ୍ବାଗ ଏହାକୁ ଭୁଲ ବୋଲି କହିଥିଲେ। ତାଙ୍କୁ ନଚେତ ଜାଡେଜାଙ୍କୁ ପ୍ରଥମରୁ ଆସିବାର ଥିଲା ବୋଲି ସେ କହିଥିଲେ। ଫଳରେ ସିଏସ୍‌କେ ମ୍ୟାଚ୍‌ ଜିତିପାରିଥାନ୍ତା ବୋଲି ମଧ୍ୟ ସେମାନେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri