Posted inଖେଳ

ଫାଇନାଲରେ ଅଷ୍ଟ୍ରେଲିଆଠାରୁ ପରାଜୟ ଦୁର୍ଭାଗ୍ୟଜନକ: ପିଟରସେନ

ଜମ୍ମୁ,୨୯।୧୧: ବିଶ୍ୱକପ୍‌ ଫାଇନାଲରେ ଅଷ୍ଟ୍ରେଲିଆଠାରୁ ଭାରତର ପରାଜୟକୁ ଦୁର୍ଭାଗ୍ୟର କଥା ବୋଲି କହିଛନ୍ତି ଇଂଲଣ୍ଡର ପୂର୍ବତନ ଅଧିନାୟକ କେଭିନ ପିଟରସେନ। ସେହିଭଳି ନିଜ ଟିମ୍‌ର ପ୍ରଦର୍ଶନକୁ ସେ ନୈରାଶ୍ୟଜନକ ବୋଲି କହିବାକୁ ପଛାଇ ନାହାନ୍ତି।

ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ ଖେଳିବାକୁ ଆସିଥିବା ପିଟରସେନ କହିଛନ୍ତି, ‘ଦୁର୍ଭାଗ୍ୟର କଥା ଯେ ଯେତେବେଳେ ଅଷ୍ଟ୍ରେଲିଆର ସାମ୍ନା କୌଣସି ଟିମ୍‌ କରେ, ଯେମିତିକି ମୁଁ ନିଜ କ୍ୟାରିୟରରେ ଅନେକ ଥର କରିଛି, ସହଜ ହୋଇ ନ ଥାଏ। କାରଣ ଅଷ୍ଟ୍ରେଲିଆ ମଜଭୂତ ପ୍ରତିନ୍ଦ୍ୱନ୍ଦ୍ୱୀ। ସେ ଦଳର ଖେଳାଳିଙ୍କ ପାଖରେ ଫାଇନାଲରେ ବାଜି ପଲଟାଇବାର କ୍ଷମତା ରହିଛି। ଏପରିକି ଦଳ ଅନୁକୂଳରେ ପରିଣାମ ହାସଲ କରିବାର ଶକ୍ତି ରହିଛି। ଭାରତର ଦୁର୍ଭାଗ୍ୟ ଥିଲା ଯେ ବୋଲିଂ ଏବଂ ଫିଲ୍ଡିଂ ଜବରଦସ୍ତ କରିଥିଲା ଅଷ୍ଟ୍ରେଲିଆ। ପରେ ଯେତେବେଳେ ସେମାନେ ବ୍ୟାଟିଂ ପାଇଁ ଆସିଲେ ୨୩୦/୨୪୦ର ବିଜୟ ଲକ୍ଷ୍ୟ କଷ୍ଟସାଧ୍ୟ ନ ଥିଲା।’

ସେହିଭଳି ଇଂଲଣ୍ଡର ପ୍ରଦର୍ଶନକୁ ନେଇ ପିଟରସେନ କହିଛନ୍ତି, ତାହା ନୈରାଶ୍ୟଜନକ ଥିଲା। କେହି ବି ଭାବି ନ ଥିଲେ ଯେ ତାଙ୍କ ଦଳ ଫାଇନାଲରେ ପ୍ରବେଶ କରିବ। ଭାରତ ଯେତେବେଳେ ଗୁଆହାଟୀରେ ଇଂଲଣ୍ଡ ବିପକ୍ଷରେ ଖେଳୁଥିଲା ସେତେବେଳେ ମୁଁ କହିଥିଲି ଯେ ଚଳିତ ବିଶ୍ୱକପ୍‌ରେ ଏହି ଦୁଇ ଟିମ୍‌ ଫାଇନାଲ ଖେଳିବେ। ହେଲେ ଇଂଲଣ୍ଡ ଯେଉଁଭଳି ପ୍ରଦର୍ଶନ କଲା, ତାହା ଅବିଶ୍ୱସନୀୟ ଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri