Posted inଖେଳ

ଫାଇନାଲରେ ଅଷ୍ଟ୍ରେଲିଆଠାରୁ ପରାଜୟ ଦୁର୍ଭାଗ୍ୟଜନକ: ପିଟରସେନ

ଜମ୍ମୁ,୨୯।୧୧: ବିଶ୍ୱକପ୍‌ ଫାଇନାଲରେ ଅଷ୍ଟ୍ରେଲିଆଠାରୁ ଭାରତର ପରାଜୟକୁ ଦୁର୍ଭାଗ୍ୟର କଥା ବୋଲି କହିଛନ୍ତି ଇଂଲଣ୍ଡର ପୂର୍ବତନ ଅଧିନାୟକ କେଭିନ ପିଟରସେନ। ସେହିଭଳି ନିଜ ଟିମ୍‌ର ପ୍ରଦର୍ଶନକୁ ସେ ନୈରାଶ୍ୟଜନକ ବୋଲି କହିବାକୁ ପଛାଇ ନାହାନ୍ତି।

ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ ଖେଳିବାକୁ ଆସିଥିବା ପିଟରସେନ କହିଛନ୍ତି, ‘ଦୁର୍ଭାଗ୍ୟର କଥା ଯେ ଯେତେବେଳେ ଅଷ୍ଟ୍ରେଲିଆର ସାମ୍ନା କୌଣସି ଟିମ୍‌ କରେ, ଯେମିତିକି ମୁଁ ନିଜ କ୍ୟାରିୟରରେ ଅନେକ ଥର କରିଛି, ସହଜ ହୋଇ ନ ଥାଏ। କାରଣ ଅଷ୍ଟ୍ରେଲିଆ ମଜଭୂତ ପ୍ରତିନ୍ଦ୍ୱନ୍ଦ୍ୱୀ। ସେ ଦଳର ଖେଳାଳିଙ୍କ ପାଖରେ ଫାଇନାଲରେ ବାଜି ପଲଟାଇବାର କ୍ଷମତା ରହିଛି। ଏପରିକି ଦଳ ଅନୁକୂଳରେ ପରିଣାମ ହାସଲ କରିବାର ଶକ୍ତି ରହିଛି। ଭାରତର ଦୁର୍ଭାଗ୍ୟ ଥିଲା ଯେ ବୋଲିଂ ଏବଂ ଫିଲ୍ଡିଂ ଜବରଦସ୍ତ କରିଥିଲା ଅଷ୍ଟ୍ରେଲିଆ। ପରେ ଯେତେବେଳେ ସେମାନେ ବ୍ୟାଟିଂ ପାଇଁ ଆସିଲେ ୨୩୦/୨୪୦ର ବିଜୟ ଲକ୍ଷ୍ୟ କଷ୍ଟସାଧ୍ୟ ନ ଥିଲା।’

ସେହିଭଳି ଇଂଲଣ୍ଡର ପ୍ରଦର୍ଶନକୁ ନେଇ ପିଟରସେନ କହିଛନ୍ତି, ତାହା ନୈରାଶ୍ୟଜନକ ଥିଲା। କେହି ବି ଭାବି ନ ଥିଲେ ଯେ ତାଙ୍କ ଦଳ ଫାଇନାଲରେ ପ୍ରବେଶ କରିବ। ଭାରତ ଯେତେବେଳେ ଗୁଆହାଟୀରେ ଇଂଲଣ୍ଡ ବିପକ୍ଷରେ ଖେଳୁଥିଲା ସେତେବେଳେ ମୁଁ କହିଥିଲି ଯେ ଚଳିତ ବିଶ୍ୱକପ୍‌ରେ ଏହି ଦୁଇ ଟିମ୍‌ ଫାଇନାଲ ଖେଳିବେ। ହେଲେ ଇଂଲଣ୍ଡ ଯେଉଁଭଳି ପ୍ରଦର୍ଶନ କଲା, ତାହା ଅବିଶ୍ୱସନୀୟ ଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri