Posted inଖେଳ

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ କ୍ୟାମ୍ପରେ ପହଞ୍ଚୁଛନ୍ତି। କିନ୍ତୁ ଏହି ସବୁ ମଧ୍ୟରେ ଦିଲ୍ଲୀ କ୍ୟାପିଟାଲ୍ସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲିଗ ଆରମ୍ଭ ହେବାର ଠିକ ୧୪ ଦିନ ପୂର୍ବରୁ ଦଳର ମେଣ୍ଟର ତଥା ଇଂଲଣ୍ଡର ପୂର୍ବତନ କ୍ରିକେଟର କେଭିନ ପିଟରସନ ଦଳରୁ ବିଦାୟ ନେଇଛନ୍ତି।

ପିଟରସନ ଶନିବାର ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଏହି ଘୋଷଣା କରିଛନ୍ତି। ବିଶେଷ କଥା ହେଉଛି ସେ ହିନ୍ଦୀରେ ପୋଷ୍ଟ ଲେଖି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ପିଟରସନ କହିଛନ୍ତି ଯେ, ଏହି କାମ ପାଇଁ ଯେତିକି ସମୟ ଆବଶ୍ୟକ, ସେ ଚଳିତ ସିଜନ୍‌ରେ ସେତିକି ସମୟ ଦେଇପାରିବେ ନାହିଁ। ତେବେ ସେ ଆଇପିଏଲ ସମୟରେ ମଇଦାନରେ ମେଣ୍ଟର ଭାବେ ନୁହେଁ, ବରଂ କମେଣ୍ଟ୍ରି ବକ୍ସରେ ସେ ନଜର ଆସିବେ।

ପିଟରସନ ନିଜ ପୋଷ୍ଟରେ ଲେଖିଛନ୍ତ, “ମୁଁ ଚଳିତ ଆଇପିଏଲ ସିଜନ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ମେଣ୍ଟର ହୋଇପାରିବି ନାହିଁ। କାମ ପାଇଁ ଆବଶ୍ୟକ ସମୟ ମୁଁ ଦେଇପାରୁ ନାହିଁ। ସମସ୍ତ ଖେଳାଳିଙ୍କୁ ଶୁଭକାମନା। କିନ୍ତୁ ମୁଁ ଆପଣମାନଙ୍କୁ କମେଣ୍ଟ୍ରି ବକ୍ସରେ ଭେଟିବି! ଆଇପିଏଲ ବିଶ୍ୱର ସବୁଠାରୁ ଭଲ ଲିଗ୍‌ ଏବଂ ମୁଁ ଆପଣ ସମସ୍ତଙ୍କୁ ଦେଖିବାକୁ ଅପେକ୍ଷା କରିଛି।”

ଗତ ବର୍ଷ ପିଟରସନ ଦିଲ୍ଲୀ ସହ ମେଣ୍ଟର ଭାବେ ଯୋଡ଼ି ହୋଇଥିଲେ। ଦଳ ଭଲ ଆରମ୍ଭ କରିଥିଲେ ମଧ୍ୟ ଶେଷ ଆଡ଼କୁ ଫର୍ମ ହରାଇଥିଲା। ମାତ୍ର ୧ ପଏଣ୍ଟ ପାଇଁ ଦଳ ପ୍ଲେ-ଅଫ୍‌ରୁ ବାଦ ପଡ଼ିଥିଲା ଏବଂ ୧୫ ପଏଣ୍ଟ ସହ ପଞ୍ଚମ ସ୍ଥାନରେ ରହିଥିଲା।

ଚଳିତ ବର୍ଷ ହେଡ କୋଚ ହେମାଙ୍ଗ ବଦାନୀଙ୍କ ନେତୃତ୍ୱରେ ଦଳ ଟାଇଟଲ ଜିତିବା ଲକ୍ଷ୍ୟରେ ମଇଦାନକୁ ଓହ୍ଲାଇବ। ୧ ଏପ୍ରିଲରେ ପ୍ରଥମ ମ୍ୟାଚ ଲକ୍ଷ୍ନୌ ସୁପର ଜାଏଣ୍ଟସ ବିପକ୍ଷରେ ଖେଳିବ। ୪ ଏପ୍ରିଲରେ ଦଳ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ (ହୋମ ଗ୍ରାଉଣ୍ଡ)ରେ ଖେଳିବ। ସେହିଭଳି ୮ ଏପ୍ରିଲରେ ଗୁଜରାଟ ଟାଇଟନ୍ସ ବିପକ୍ଷରେ ଏବଂ ୧୧ ଏପ୍ରିଲରେ ଚେନ୍ନାଇ ସୁପର କିଙ୍ଗସ ବିପକ୍ଷରେ ମ୍ୟାଚ୍‌ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri