ନାରୀ ଶିକ୍ଷା ବିକାଶର ମୁଖ୍ୟ ଉପାଦାନ: ରାଷ୍ଟ୍ରପତି

ବାରିପଦା ଅଫିସ,୭।୫: ନାରୀ ଶିକ୍ଷା ଦେଶ ବିକାଶର ଏକ ମୁଖ୍ୟ ଉପାଦାନ। ଛାତ୍ରଙ୍କ ତୁଳନାରେ ଛାତ୍ରୀମାନେ ଅଧିକ ସଂଖ୍ୟାରେ ଶିକ୍ଷାଲାଭ କରୁଥିବା ବେଳେ ଝିଅମାନଙ୍କୁ ପ୍ରୋତ୍ସାହିତ କରିବା ସମସ୍ତଙ୍କ ଦାୟିତ୍ୱ ବୋଲି ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ୧୨ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି। ବିକାଶର ଲାଭ ସମାଜର ସବୁ ବର୍ଗର ଲୋକଙ୍କ ପାଖରେ ପହଞ୍ଚତ୍ବା ଦରକାର। ଦେଶ ଅମୃତ ମହୋତ୍ସବ ପାଳନ କରୁଥିବା ବେଳେ ଅନେକ ଲୋକଙ୍କ ପାଖରେ ବିକାଶ ବର୍ତ୍ତମାନ ସୁଦ୍ଧା ଅପହଞ୍ଚ। ସରକାର ଏହାକୁ ମିଶନ ମୋଡ୍‌ରେ ନେଇ ଆଗେଇ ଚାଲିଥିବା ବେଳେ ଏଥିରେ ସହଯୋଗ କରିବା ସମସ୍ତଙ୍କର ଦାୟିତ୍ୱ ବୋଲି ରାଷ୍ଟ୍ରପତି କହିଥିଲେ। ସେହିପରି ପ୍ରତିଯୋଗିତା ଜୀବନର ଏକ ଅବିଚ୍ଛେଦ ଅଙ୍ଗ। ଛାତ୍ରୀଛାତ୍ର ଆଗକୁ ବଢ଼ିବା ସମୟରେ ପଛକୁ ଚାହିଁବାକୁ ପଡ଼ିବ। ସମାଜର କେତେକ ବର୍ଗର ପିଲାମାନେ ପ୍ରତିଯୋଗିତାରେ ସକ୍ଷମ ହୋଇପାରୁନାହାନ୍ତି। ସାମାଜିକ, ଶୈଖିକ ଓ ଆର୍ଥିକ ଦୃଷ୍ଟିରୁ ପଛୁଆ ଥିବା ଛାତ୍ରୀଛାତ୍ରଙ୍କ ହାତ ଧରି ପ୍ରତିଯୋଗିତାରେ ସାମିଲ କରିବାକୁ ପଡ଼ିବ ବୋଲି ରାଷ୍ଟ୍ରପତି କହିଥିଲେ।
ପ୍ରାରମ୍ଭରେ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ରାଷ୍ଟ୍ରପତି। ଓଡ଼ିଶା ଗଠନରେ ମହାରାଜାଙ୍କ ଅବଦାନ ଅତୁଳନୀୟ ବୋଲି କହିଥିଲେ। ମୟୂରଭଞ୍ଜର ଝୁମର ଲୋକଗୀତ ଓ ଅନ୍ୟାନ୍ୟ ଆଦିବାସୀ ନୃତ୍ୟ, ସଙ୍ଗୀତର ଆକର୍ଷଣ ଖୁବ୍‌ ନିଆରା ବୋଲି ଉଲ୍ଲେଖ କରିଥିଲେ। ୟୁନିସ୍କୋ ଦ୍ୱାରା ବିଶ୍ୱ ଐତିହ୍ୟ ମାନ୍ୟତା ପାଇଥିବା ଶିମିଳିପାଳ ଅଭୟାରଣ୍ୟ ଜୈବ ବିବିଧତା ଦୃଷ୍ଟିରୁ ପୃଥିବୀ ଭୂଗୋଳରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଅଧିକାର କରିଛି। ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ଓ ଅଧ୍ୟାପିକା, ଅଧ୍ୟାପକମାନେ ଉଚ୍ଚତର ଗବେଷଣା ମାଧ୍ୟମରେ ଏଠାରେ ବସବାସ କରୁଥିବା ବନ୍ୟପ୍ରାଣୀ ଓ ବୃକ୍ଷଲତାର ସୁରକ୍ଷା ନିମନ୍ତେ ସଚେତନତା ସୃଷ୍ଟି କରିବାକୁ ରାଷ୍ଟ୍ରପତି ପରାମର୍ଶ ଦେଇଥିଲେ।
ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଡ.ଗଣେଶୀ ଲାଲଙ୍କ ପୌରୋହିତ୍ୟରେ ଆୟୋଜିତ ସମାବର୍ତ୍ତନ ଉତ୍ସବରେ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ବିବରଣୀ ପାଠ କରିଥିଲେ। ସମ୍ମାନିତ ଅତିଥି ଭାବେ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପ୍ରାଣୀ ସମ୍ପଦ ବିକାଶ, ପଞ୍ଚାୟତିରାଜ ତଥା ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ପ୍ରଦୀପ ଅମାତ ଯୋଗ ଦେଇଥିଲେ। ଏହି ଅବସରରେ ଖ୍ୟାତନାମା କଣ୍ଠଶିଳ୍ପୀ ସ୍ବରୂପା ଚକ୍ରବର୍ତ୍ତୀ, ଝୁମର ଗବେଷିକା ଡ. ବୀଣାପାଣି ମହାନ୍ତ, ରାଜଯୋଗିନୀ ବ୍ରହ୍ମାକୁମାରୀ କମଳେଶ, ସାନ୍ତାଳୀ ସାହିତି୍ୟକ ଅର୍ଜୁନ ଚରଣ ହେମ୍ବ୍ରମଙ୍କୁ ସମ୍ମାନସୂଚକ ଡି.ଲିଟ୍‌ ଏବଂ ଉଚ୍ଚଶିକ୍ଷା ପରିଷଦର ଉପାଧ୍ୟକ୍ଷ ଡ. ଅଶୋକ କୁମାର ଦାସଙ୍କୁ ସମ୍ମାନସୂଚକ ଡିଏସ୍‌ସି ପ୍ରଦାନ କରାଯାଇଥିଲା। ୯୦ ଜଣଙ୍କୁ ପିଏଚ୍‌.ଡି. ଡିଗ୍ରୀ ଓ ୩୪ ଜଣଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରାଯାଇଥିଲା। ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର ପ୍ରମୋଦ କୁମାର ଶତପଥୀ, କୁଳସଚିବ ସହଦେବ ସମାଧିଆ, ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ଲକ୍ଷ୍ମୀଧର ଗିରି, ବିତ୍ତ ନିୟନ୍ତ୍ରକ ଶୁକଦେବ ତରେଇ, ସିଣ୍ଡିକେଟ ଓ ଏକାଡେମିକ କାଉନସିଲ ସଦସ୍ୟମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ

ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri