ଏପ୍ରିଲ ୨ରେ ପ୍ରବେଶ ଉତ୍ସବ-ଖଡ଼ିଛୁଆଁ, ୧୭ରୁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ର ବାଣ୍ଟିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୩।୩(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ବିଦ୍ୟାଳୟଗୁଡ଼ିକରେ ଏପ୍ରିଲ ୨ରେ ଶିଶୁବାଟିକା ପିଲାଙ୍କ ପାଇଁ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆ କାର୍ଯ୍ୟକ୍ରମ କରାଯିବ। ଏହି କାର୍ଯ୍ୟକ୍ରମରେ ଶିଶୁଙ୍କ ସହ ଅଭିଭାବକ, ନିର୍ବାଚିତ ପ୍ରତିନିଧି, ଅଧିକାରୀ ଏବଂ ସାମାଜିକ ସଙ୍ଗଠନ କର୍ମକର୍ତ୍ତାମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ବିଭାଗ ପକ୍ଷରୁ ନିମନ୍ତ୍ରଣପତ୍ର ବାଣ୍ଟିବା ସହ କାର୍ଯ୍ୟକ୍ରମ ଆୟୋଜନ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା)ର ପ୍ରକଳ୍ପ ନିର୍ଦ୍ଦେଶକ ଅନନ୍ୟା ଦାସ ସମସ୍ତ ଜିଲାପାଳ ଓ ଜିଲା ମାଜିଷ୍ଟ୍ରେଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଏପ୍ରିଲ ୬, ୭ ଓ ୮ରେ ବିଦ୍ୟାଳୟସ୍ତରରେ ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କୁ ନେଇ କାର୍ଯ୍ୟକ୍ରମ କରାଯିବ।

ଏନେଇ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ର ୧୭ରୁ ୧୯ ତାରିଖ ମଧ୍ୟରେ ଶିଶୁବାଟିକାରେ ଯୋଗଦେବାକୁ ଥିବା ଶିଶୁଙ୍କ ପରିବାରକୁ ବଣ୍ଟନ କରାଯିବ। ଶିଶୁବାଟିକା ଓ ପ୍ରଥମ ଶ୍ରେଣୀକୁ ପ୍ରବେଶ କରୁଥିବା ଶିଶୁଙ୍କ ତାଲିକା ପ୍ରସ୍ତୁତି ସହ ନିମନ୍ତ୍ରଣପତ୍ର ବଣ୍ଟନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ପ୍ରତି ବ୍ଲକରେ ଜିଲା ପ୍ରଶାସନ ପକ୍ଷରୁ ଏପ୍ରିଲ ୨ରେ ଶିକ୍ଷା ସଚେତନତା ରଥ ବୁଲିବ। ଆସ ସ୍କୁଲଯିବା ୨.୦ ଅଭିଯାନ ଅନୁସାରେ ଡ୍ରପ୍‌ଆଉଟ୍‌ ଏବଂ ସ୍କୁଲ ଯାଉ ନ ଥିବା ଶିଶୁଙ୍କୁ ବିଦ୍ୟାଳୟକୁ ଅଣାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri