ଲାଞ୍ଜିଗଡ଼ରେ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ

ଲାଞ୍ଜିଗଡ,୫।୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୋଷ୍ଠୀ ଶିକ୍ଷା ବିଭାଗ ପକ୍ଷରୁ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ତଥା ଖଡ଼ିଛୁଆଁ ଶନିବାର ଅନୁଷ୍ଠିତ ହୋଇଯାଇଅଛି। ବିଇଓ ରୁଷିଆ ମେହେରଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଉପାଧ୍ୟକ୍ଷା କମଳା ପାତ୍ର ଯୋଗଦେଇ ଶୁଭ ଉଦ୍‌ଘାାଟନ କରିଥିଲେ। ବିଡିଓ ଶଶାଙ୍କ ପାତ୍ର ମୁଖ୍ୟ ବକ୍ତା ଓ ଲାଞ୍ଜିଗଡ଼ ତହସିଲଦାର ବନମାଳୀ ମେହେର, ବିଧାୟକ ପ୍ରତିନିଧି ପ୍ରଦୀପ କୁମାର ଘଡେଇ, ଏବିଇଓ ସୁଢଳଦେବ ମୁଣ୍ଡ ଓ ଭାରତ ଭୂଷଣ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। ଅତିଥିମାନଙ୍କ ଉପସ୍ଥିତିରେ ବିଇଓ ମେହେର ୨୫ ଶିଶୁଙ୍କୁ ଖଡ଼ି ଛୁଆଁ କରାଇଥିଲେ। ଏହାସହ ଶିଶୁଙ୍କୁ ବ୍ୟାଗ ଓ ଖାତା, କଲମ, ପେନସିଲ ଆଦି ପ୍ରଦାନ କରାଯାଇଥିଲା। ଏହି ଅବସରରେ ଅତିଥମାନଙ୍କ ଦ୍ବାରା ବ୍ଲକ ଶିକ୍ଷା ରଥର ଶୁଭାରମ୍ଭ କରାଯାଇଥିଲା। ଏହି ରଥ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବିଭିନ୍ନ ଗ୍ରାମ ପରିକ୍ରମା କରି ବିଦ୍ୟାଳୟ ଯାଇ ନ ଥିବା ଶିଶୁ ତଥା ଅଧାରୁ ପାଠ ଛାଡିଥିବା ଶିଶୁଙ୍କ ଅଭିଭାବକଙ୍କୁ ନାମ ଲେଖାଇବା ପାଇଁ ପ୍ରବର୍ତ୍ତାଇବ ବୋଲି ବିଇଓ ସୂଚନା ଦେଇଥିଲେ। ସିଆର୍‌ସିସି କୁମାର ଗୌରବ ପରିଡା ସଭା ପରିଚାଳନା କରିଥିବା ବେଳେ ଏବିଇଓ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାଦାନରେ ଗୁରୁଙ୍କ ଭୂମିକା ମହତ୍ତ୍ୱପୂର୍ଣ୍ଣ, ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିଲା…

କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୁରୁଦିବସ ଅବସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଓ ସମ୍ବର୍ଦ୍ଧନା ସଭା…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ରିଷିଡ଼ାରେ ଧୂମ୍‌ଧାମ୍‌ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri