ଖଦି କେବଳ ବସ୍ତ୍ର ନୁହେଁ, ଏକ ବିଚାର

ଭୁବନେଶ୍ୱର,୨୦।୨ (ବ୍ୟୁରୋ): ରାଜ୍ୟ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡର ଖାରବେଳନଗରସ୍ଥିତ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ରାଜ୍ୟସ୍ତରୀୟ ଖଦି ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ ‘ଖଦି ବଜାର’ ଉଦ୍‌ଘାଟିତ ହୋଇଛି। ମୁଖ୍ୟ ଅତିଥି ଭାବେ ଶକ୍ତି, ଗୃହ, ଶିଳ୍ପ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର, ମୁଖ୍ୟବକ୍ତା ଭାବେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ, ସମ୍ମାନିତ ଅତିଥି ଭାବେ ବିଧାୟକ ଅନନ୍ତ ନାରାୟଣ ଜେନା ଯୋଗଦେଇ ପ୍ରଦର୍ଶନୀର ଶୁଭାରମ୍ଭ କରିଛନ୍ତି। କରୋନା ମହାମାରୀ ଯୋଗୁ ଦୀର୍ଘ ୧ବର୍ଷ ଧରି ଗାଁ ଗହଳିର ଗରିବ ବୁଣାକାର ହାତବାନ୍ଧି ବସିଥିବାବେଳେ ସେମାନଙ୍କ ଉତ୍ପାଦିତ ସାମଗ୍ରୀର ପ୍ରଦର୍ଶନ ଓ ବିପଣନ ପାଇଁ ଏହି ମେଳା ଅନ୍ଧାର ଭିତରେ ଆଲୋକବର୍ତ୍ତିକା ହେବ। ଏହାବ୍ୟତୀତ ମେଳାଦ୍ୱାରା ଅନେକ ବେକାର ଯୁବତୀ ଯୁବକ ଅନୁପ୍ରାଣିତ ହୋଇ ସ୍ବାବଲମ୍ବୀ ହୋଇ ପାରିବେ ବୋଲି ଅତିଥିମାନେ କହିଛନ୍ତି। ବୋର୍ଡ ସଭାପତି ସଂଗ୍ରାମ କେଶରୀ ପାଇକରାୟ ସଭାପତିତ୍ୱ କରି କହିଛନ୍ତି, ଖଦିକୁ ବାଦ୍‌ଦେଇ ଦେଶର ଆର୍ଥିକ ପ୍ରଗତି ପରିକଳ୍ପନା କରାଯାଇ ପାରିବ ନାହିଁ। ଖଦି କେବଳ ବସ୍ତ୍ର ନୁହେଁ, ଏକ ବିଚାର। ଏଥିପ୍ରତି ଅଧିକରୁ ଅଧିକ ଲୋକଙ୍କ ଆକର୍ଷିତ କରିବା ପାଇଁ ଏହି ମେଳା ଏକ ପ୍ରୟାସ ବୋଲି ପାଇକରାୟ କହିଛନ୍ତି।
ଏହି ପ୍ରଦର୍ଶନୀ ଆସନ୍ତା ୨୮ ତାରଖ ପର୍ଯ୍ୟନ୍ତ ଚାଲିବ। କାର୍ପାସ, ସିଲ୍କ ଓ ମସ୍ଲିନ୍‌ ଖଦି ପ୍ରସ୍ତୁତ ଶାଢୀ, ଲୁଙ୍ଗି, ଗାମୁଛା ଓ ବିଭିନ୍ନ ପୋଷାକ ତଥା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ପ୍ରଦର୍ଶନ ସହ ବିକ୍ରି ପାଇଁ ରହିଛି। ବେତ ବାଉଁଶ ନିର୍ମିତ ବିଭିନ୍ନ ଆସବାବ, ଘରକରଣା ସାମଗ୍ରୀ, ସବାଇଘାସ ପ୍ରସ୍ତୁତ ଗୃହୋପକରଣ ସହ ଦର୍ଶକମାନଙ୍କ ସାଧାରଣ ଜ୍ଞାନର ଅଭିବୃଦ୍ଧି ପାଇଁ ଚରଖାରେ ସୂତା କାଟିବା, ଖଦି ପୋଷାକ ତିଆରି ଓ ଧୂପକାଠି ତିଆରି ସମ୍ପର୍କିତ କାରିଗରୀ କୌଶଳ ସିଧାସଳଖ ଏଠାରେ ପ୍ରଦର୍ଶିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri