ପଞ୍ଚଭୂତରେ ଲୀନ ହେଲା ରାଜାଙ୍କ ପାର୍ଥିବ ଶରୀର, ଯୁବରାଜ ଦେବଦେବ ସିଂଦେଓଙ୍କ ରାଜାଭିଷେକ

ଖଡ଼ିଆଳ,୬ା୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ରାଜା ସ୍ବର୍ଗତ ଡ. ଜିତାମିତ୍ର ପ୍ରସାଦ ସିଂଦେଓଙ୍କ ପାର୍ଥିବ ଶରୀର ସୋମବାର ନେହେନା ସୁନ୍ଦର ନଦୀ ରାଣୀଘାଟରେ ପଞ୍ଚଭୂତରେ ଲୀନ ହୋଇଛି। ଏହାପରେ ଖଡିଆଳର ୧୯ତମ ରାଜାଭାବେ ଯୁବରାଜ ଦେବଦେବ ସିଂଦେଓଙ୍କ ନାମ ଘୋଷଣା କରାଯାଇ ରାଜ ପରିବାରର ରୀତିନୀତି ଅନୁଯାୟୀ ରାଜାଭିଷେକ କରାଯାଇଥିଲା। ଏହି ସମାରୋହରେ ରାଜ ପୁରୋହିତ ପ୍ରଫୁଲ୍ଲ ରଥ, ପୂଜକ ସୁଦର୍ଶନ ଠାକୁର, ପାଟଯୋଷୀ, ସେବାୟତ, ବୁଦ୍ଧିଜୀବୀ, ସଚେତନ ନାଗରିକ, ରାଜପରିବାର ସଦସ୍ୟ ଯୋଗ ଦେଇଥିଲେ। ପରେ ରାଜା ଦେବଦେବ ସିଂଦେଓ ସ୍ବର୍ଗତ ରାଜା ଡ. ଜିତାମିତ୍ର ସିଂଦେଓଙ୍କ ଶେଷକୃତ୍ୟ ସମ୍ପନ୍ନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ତଦନୁଯାୟୀ ତାଙ୍କ ସାନ ପୁଅ ଅମ୍ବରିଶ ସିଂଦେଓ ମୁଖାଗ୍ନି ଦେଇଥିଲେ।
ଏହା ପୂର୍ବରୁ ତାଙ୍କ ପାର୍ଥିବ ଶରୀରକୁ ବିଶାଳ ଶୋଭାଯାତ୍ରାରେ ଖଡିଆଳ ସହର ପରିକ୍ରମା କରାଯାଇଥିଲା। ଏହି ସମୟରେ ସହରର ହଜାର ସଂଖ୍ୟାରେ ଲୋକ ପୁଷ୍ପାର୍ଘ୍ୟ ଅର୍ପଣ କରିଥିଲେ।

ଏଥିରେ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇଥିଲେ। ତାଙ୍କୁ ସମ୍ମାନ ଜଣାଇ ସହରର ଅନେକ ଶିକ୍ଷା ଅନୁଷ୍ଠାନ ବନ୍ଦ ରହିଥିଲା। ଖଡ଼ିଆଳର ବ୍ୟବସାୟୀମାନେ ଦୋକାନ ବଜାର ବନ୍ଦ କରି ସ୍ବର୍ଗତ ରାଜା ଜିତାମିତ୍ରଙ୍କୁ ସମ୍ମାନ ଜଣାଇଥିଲେ। ଶୋଭାଯାତ୍ରାରେ ନେହେନା ଗ୍ରାମରେ ପାର୍ଥିବ ଶରୀର ପହଞ୍ଚତ୍ବା ପରେ ଗ୍ରାମବାସୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହି ସମୟରେ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ଶେଷଦର୍ଶନ କରିଥିଲେ। ସୂଚନାଯୋଗ୍ୟ ରବିବାର ମଧ୍ୟାହ୍ନଭୋଜନ ପରେ ରାଜା ଡ. ଜିତାମିତ୍ର ପ୍ରସାଦ ସିଂଦେଓ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାର କିଛି ସମୟ ଭିତରେ ଖଡ଼ିଆଳସ୍ଥିତ ରାଜଭବନରେ ତାଙ୍କର ପରଲୋକ ହୋଇଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri