Posted inଜାତୀୟ

ନୁପୁର ଶର୍ମାଙ୍କୁ ହତ୍ୟା ଧମକ, ଦରଗାହର ଖାଦିମ କହିଲେ ହତ୍ୟାକାରୀକୁ ଦେବେ ଘର

ଆଜମେର,୫ ।୭: ନୁପୁର ଶର୍ମାଙ୍କ ବୟାନକୁ ସାରା ଦେଶରେ ବିରୋଧ କରାଯାଉଛି । ଏହାକୁ ନେଇ ଲଗାତାର କିଛି ନା କିଛି ଭିଡିଓ ପ୍ରତିଦିନ ସାମ୍ନାକୁ ଆସୁଛି । ଏବେ ଏମିତି ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ତାଙ୍କୁ ହତ୍ୟା କରିବା କଥା ଉଠିଛି । ଏହି ଭିଡିଓରେ ହଜରତ ଖ୍ୱାଜା ମୋଇନୁଦ୍ଦିନ ହସନ ଚିସ୍ତି ଦରଗାହର ଜଣେ ଖାଦିମ କହୁଛନ୍ତି ଯିଏ ନୁପୁର ଶର୍ମାଙ୍କ ମୁଣ୍ଡନେଇକି ଆସିବ, ତାକୁ ମୁଁ ମୋ ଘର ଦେଇଦେବି । ଆଜମେର ପୋଲିସ ଭିଡିଓକୁ ଆଧାର ବୋଲି ଧରି ମାମଲା ରୁଜୁ କରିଛି ।

ସୂଚନାଯୋଗ୍ୟ, ଉଦୟପୁରରେ ନୁପୁର ଶର୍ମାଙ୍କ ସମର୍ଥନରେ ସାମନାକୁ ଆସିଥିବା ପୋଷ୍ଟର ପରେ ଟେଲର କହ୍ନେୟା ଲାଲଙ୍କ ହତ୍ୟା ମାମଲା ଶାନ୍ତ ହୋଇ ନ ଥିବା ବେଳେ ଆଜମେର ଦରଗାହର ଖାଦିମଙ୍କ ଭିଡିଓ ଭାଇରାଲ ହୋଇଛି । ଯେଉଁଥିରେ ପୁଣିଥରେ ବିରୋଧର ବହ୍ନି ଲାଗିଛି । ସୋସିଆଲ ମିଡିଆରେ ଦରଗାହର ଖାଦିମଙ୍କ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ ଖାଦିମ ନୁପୁର ଶର୍ମାଙ୍କୁ ଗୁଳି ମାରିବା କଥା କହିଛନ୍ତି । ତେବେ ଭିଡିଓଟି ୩-୪ ଦିନ ତଳର ବୋଲି କୁହାଯାଉଛି । ଭିଡିଓରେ ଯେଉଁ ବ୍ୟକ୍ତି ନଜର ଆସୁଛନ୍ତି ସେ ଦରଗାହର ଖାଦିମ ଓ ଦରଗାହ ଥାନାର ହିଷ୍ଟ୍ରିସିଟର ଯାହାଙ୍କ ନାମରେ ବିଭିନ୍ନ ମାମଲା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

LPG ସିଲିଣ୍ଡରକୁ ନେଇ ଆସିଲା ଖୁସି ଖବର, ଆସୁଛି ୪୦ ଟ୍ୟାଙ୍କର ରୋଷେଇ ଗ୍ୟାସ

ତେହରାନ/ନୂଆଦିଲ୍ଲୀ,୧୮।୬: ଫେବୃଆରୀ ମାସରୁ ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିଲା, ଯାହା ଭାରତ ସମେତ ଅନେକ ଦେଶର ଅର୍ଥନୀତିକୁ ପ୍ରଭାବିତ କରୁଥିଲା। ବିଶେଷକରି ଭାରତ…

ୟୁକ୍ରେନର ଡ୍ରୋନ ମାଡରେ ହୁତୁହୁତୁ ହୋଇ ଜଳିଲା ମସ୍କୋ ଅଏଲ ରିଫାଏନାରୀ

ମସ୍କୋ,୧୮।୬: ୟୁକ୍ରେନ ରୁଷିଆ ଉପରେ ଡ୍ରୋନ ଆକ୍ରମଣ କରିଛି। ମସ୍କୋର କାପୋଟନିଆ ଜିଲାରେ ଥିବା ଏକ ତୈଳ ବିଶୋଧନାଗାରରେ ଏକ ୟୁକ୍ରେନୀୟ ଡ୍ରୋନ ଆକ୍ରମଣ କରିଛି; ଏହି…

ରାଜ୍ୟ ସଭା ନିର୍ବାଚନ: ଝାଡ଼ଖଣ୍ଡରେ କଂଗ୍ରେସକୁ ଲାଗିଲା ଶକ୍ତ ଧକ୍କା

ରାଞ୍ଚି,୧୮।୬: ଭାରତୀୟ ଜନତା ପାର୍ଟି (ଭାଜପା)ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ଝାଡ଼ଖଣ୍ଡରେ ‘ଇଣ୍ଡିଆ’ ମେଣ୍ଟର ଗଡ଼ ଭାଙ୍ଗିଛି। ରାଜ୍ୟ ସଭା ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ପରିମଳ…

ଲିଫ୍ଟ ବାହାନାରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: କାବୁ କରି ଉତ୍ତମମଧ୍ୟମ ଦେଲେ ସ୍ଥାନୀୟ ଲୋକେ, ଅଭିଯୁକ୍ତ…

ବାଲେଶ୍ୱର, ୧୮।୬ (ବାଞ୍ଛାନିଧି ଦେ): ବାଲେଶ୍ବର ଯିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଭଳି ଏକ ସଙ୍ଗୀନ…

୨୦୬୪ ସୁଦ୍ଧା ଅଧା କମିଯିବ କି ବିଶ୍ୱର ଜନସଂଖ୍ୟା? ବୈଜ୍ଞାନିକମାନେ ଦେଲେ ବଡ଼ ଚେତବାନୀ

ଓ୍ବାଶିଂଟନ,୧୮।୬: ଏକ ନୂତନ ଅନ୍ତର୍ଜାତୀୟ ଅଧ୍ୟୟନ ବିଶ୍ୱରେ ଜଳବାୟୁ ପରିବର୍ତ୍ତନ, ମହାମାରୀ ଏବଂ ଯୁଦ୍ଧ ଭଳି ବିପଦ ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛି। ଗବେଷଣା ଆକଳନ…

ସୂଚନା ଅଧିକାର ଆଇନ ଉଲ୍ଲଂଘନ: ପ୍ରଥମ ଅପିଲ୍‌ ପରେ ବି ମିଳୁନି ସୂଚନା

କର୍ଲାମୁଣ୍ଡା,୧୮ା୬(ପ୍ରଦୀପ କୁମାର ସାହୁ): ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆଣିବା, ଦୁର୍ନୀତି କମାଇବା, ଜନସାଧାରଣଙ୍କୁ ଅଧିକାର ଦେବା ତଥା ଲୋକେ ସରକାରୀ କାର୍ଯ୍ୟ, ଯୋଜନା, ଫାଇଲ ଅବସ୍ଥା, ଖର୍ଚ୍ଚ…

ସରକାରଙ୍କ ବଡ଼ ପଦକ୍ଷେପ: ୭୦୭ ଦୁର୍ଗମ ଗାଁରେ ବସିବ ୪ଜି ଟାୱାର

ଭୁବନେଶ୍ୱର,୧୮।୬: ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶାର ୭୦୭ଟି ଦୁର୍ଗମ ଗାଁରେ ୪ଜି ଟାୱାର ସ୍ଥାପନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଇଲେକ୍ଟ୍ରୋନିକ୍ସ ଓ ସୂଚନା…

Delhi High Court on Telegram: ‘ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରାଯାଏ ଟେଲିଗ୍ରାମ’

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀ ହାଇକୋର୍ଟ ସିଧାସଳଖ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମକୁ ପଚାରିଛନ୍ତି ଯେ ଏହାର ପ୍ଲାଟଫର୍ମର ପ୍ରକୃତ-ସମୟରେ ନଜର ରଖିବା ପାଇଁ କ’ଣ ବ୍ୟବସ୍ଥା ଅଛି। କୋର୍ଟ ଜାଣିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri