ଖଦିମେଳା ଆୟୋଜନ କରିବ କେଭିଆଇସି

ଭୁବନେଶ୍ୱର,୨୯।୧୨:ଦେଶର ପ୍ରମୁଖ ସରକାରୀ ପ୍ରତିଷ୍ଠାନ ତଥା କେନ୍ଦ୍ର ସରକାରଙ୍କ ଅଣୁ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ବା ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ଖଦି ଆଣ୍ଡ ଭିଲେଜ ଇଣ୍ଡଷ୍ଟ୍ରି କମିଶନ(କେଭିଆଇସି)ର ଓଡ଼ିଶା ରାଜ୍ୟ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ଗୁରୁବାର ଏକ ସମୀକ୍ଷା ବୈଠକର ଆୟୋଜନ କରାଯାଇଥିଲା। ଉକ୍ତ ବୈଠକରେ ଖଦି ଓ ଗ୍ରାମୋଦ୍ୟୋଗ ଆୟୋଗର ପୂର୍ବ କ୍ଷେତ୍ର ସଦସ୍ୟ ମନୋଜ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଆୟୋଜିତ ହୋଇଥିଲା। ଓଡ଼ିଶା ରାଜ୍ୟରେ ଖଦି ଓ ଗ୍ରାମୋଦ୍ୟୋଗର କାର୍ଯ୍ୟକ୍ରମର ପ୍ରଗତି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ସିଂହ କହିଥିଲେ, ରାଜ୍ୟରେ ଖଦି ଉତ୍ପାଦନ ବୃଦ୍ଧି ସହ ବିକ୍ରୟ ପରିମାଣ (ବିକ୍ରି ବୃଦ୍ଧି) ବଢାଇବା ପାଇଁ ଖଦି ଓ ଗ୍ରାମୋଦ୍ୟୋଗ ଆୟୋଗ ପକ୍ଷରୁ ଖଦିମେଳାର ଆୟୋଜନ କରାଯିବ। ସେହିଭଳି ନୂତନ ଖଦି ସଂସ୍ଥା ଏବଂ ବିକ୍ରୟ କେନ୍ଦ୍ର ଜନସଚେତନତା କାର୍ଯ୍ୟକ୍ରମ ଜରିଆରେ ସର୍ବ ସାଧାରଣ ଲୋକଙ୍କୁ ବିସ୍ତୃତ ସୂଚନା ଦିଆଯିବ ବୋଲି ମନୋଜ ମତପ୍ରକାଶ କରିଛନ୍ତି। ସେହିପରି ଉକ୍ତ ବୈଠକରେ ମନୋଜ ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସମୀକ୍ଷା କରିଥିଲେ। ଏପରିକି ଓଡ଼ିଶାରେ ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମର ସ୍ଥିତ ସନ୍ତୋଷଜନକ ରହିଥିବାବେଳେ ବର୍ଷ ୨୦୨୩-୨୪ ମଧ୍ୟରେ ୨୭୦୦ ଇକାଇ ଜରିଆରେ ପ୍ରାୟ ୧୨,୦୦୦ ଲୋକଙ୍କୁ ରୋଜଗାର ଦେବା ପାଇଁ ଆୟୋଗ ଲକ୍ଷ୍ୟ ରଖିଛି। ଅପରପକ୍ଷରେ ସିଂହ କହିଥିଲେ, ଗ୍ରାମୋଦ୍ୟୋଗ ବିକାଶ ଯୋଜନା ଅନ୍ତର୍ଗତ ବିଦ୍ୟୁତ୍‌ଚାଳିତ କୁମ୍ଭାର ଚକ, ପେପର ମଚେ, ସବାଇ ଘାସର ରଶି,ମହୁମାଛି ପାଳନ ଭଳି ଅନେକ ସୁବିଧା ଲୋକଙ୍କୁ ବଣ୍ଟନ କରାଯିବ। ଏହି ଅବସରରେ ଖଦି ଓ ଗ୍ରାମୋଦ୍ୟୋଗ ଆୟୋଗ ଓଡ଼ିଶା ରାଜ୍ୟ କାର୍ଯ୍ୟାଳୟ ଭୁବନେଶ୍ୱରର ନିର୍ଦ୍ଦେଶକ ଆଇ. ଜବାହର ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri