ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ଫଳାଫଳରେ ଗଞ୍ଜାମ ବ୍ଳକ୍ ସାନରାମଚନ୍ଦ୍ରପୁର ପଞ୍ଚାୟତର ପ୍ରତିଭାଶାଳୀ ଯୁବକ ଖଗେଶ୍ୱର ବେହେରା କୃତକାର୍ଯ୍ୟ ହୋଇଛନ୍ତି। ସେ ରାଜ୍ୟ ସ୍ତରରେ ୯୮ ତମ ରାଙ୍କ ହାସଲ କରି ସମଗ୍ର ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି।

ଖଗେଶ୍ୱର ହେଉଛନ୍ତି ଗୌରାଙ୍ଗ ପାଟଣାର ମୂଳ ବାସିନ୍ଦା। ସେ ଶିକ୍ଷକ ଭାବେ କାର୍ଯ୍ୟରତ ଦେବରାଜ ବେହେରା ଏବଂ କୁନ୍ତଳା ବେହେରାଙ୍କ ସୁପୁତ୍ର। ତାଙ୍କର ଏହି ସଫଳତା ପଛରେ ଏକ ଲମ୍ବା ସଂଘର୍ଷ ଏବଂ ପରିଶ୍ରମ ରହିଛି। ଖଗେଶ୍ୱର ସ୍ଥାନୀୟ ବାମଦେବ ହାଇସ୍କୁଲ୍‌ରୁ ମାଟ୍ରିକ୍ ପାସ୍ କରିବା ପରେ ପରବର୍ତ୍ତୀ ସମୟରେ ବି.ଟେକ୍ (B.Tech) ଇଞ୍ଜିନିୟରିଂ ଶେଷ କରିଥିଲେ। ଏକ ସୁରକ୍ଷିତ ଇଞ୍ଜିନିୟରିଂ କ୍ୟାରିୟର ବଦଳରେ ସେ ଜନସାଧାରଣଙ୍କ ସେବା ପାଇଁ ସିଭିଲ୍ ସର୍ଭିସକୁ ବାଛିଥିଲେ। ମାତ୍ର ଦ୍ୱିତୀୟ ଉଦ୍ୟମରେ ହିଁ ସେ ଏହି ପ୍ରତିଷ୍ଠିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନିଜର ସ୍ୱପ୍ନକୁ ସାକାର କରିଛନ୍ତି। ସେ ନିଜର ସଫଳତାର ଶ୍ରେୟ ଭଗବାନ ଏବଂ ନିଜ ପରିବାରବର୍ଗଙ୍କୁ ଦେଇଛନ୍ତି।

ନିଜର ପ୍ରତିକ୍ରିୟା ପ୍ରକାଶ କରି ଓଏଏସ୍ ଅଫିସର ଭାବେ ମନୋନୀତ ହୋଇଥିବା ଖଗେଶ୍ୱର କହିଛନ୍ତି, “ଭବିଷ୍ୟତରେ ଜଣେ ଆଇଏଏସ୍ (IAS) ଅଫିସର ହେବା ମୋର ମୂଳ ଲକ୍ଷ୍ୟ। ପ୍ରଶାସନରେ ରହି ଲୋକଙ୍କ ସେବା କରିବା ସହ ଏକ ସ୍ୱଚ୍ଛ ଓ ଦୁର୍ନୀତିମୁକ୍ତ ସମାଜ ଗଠନକୁ ମୁଁ ସର୍ବାଧିକ ପ୍ରାଥମିକତା ଦେବି।”

ଖଗେଶ୍ୱର ୯୮ ତମ ର଼୍ୟାଙ୍କ ରଖି ଓଏଏସ୍ ପାଇଥିବା ଖବର ପ୍ରସାରିତ ହେବା ପରେ ଗୌରାଙ୍ଗ ପାଟଣା ଏବଂ ସାନରାମଚନ୍ଦ୍ରପୁର ଅଞ୍ଚଳରେ ଉତ୍ସବର ପରିବେଶ ସୃଷ୍ଟି ହୋଇଛି। ଏହି ଅଦ୍ଭୁତପୂର୍ବ ସଫଳତା ପାଇଁ ତାଙ୍କ ବାସଭବନରେ ବନ୍ଧୁବାନ୍ଧବ ଓ ସ୍ଥାନୀୟ ବୁଦ୍ଧିଜୀବୀଙ୍କ ଭିଡ଼ ଜମିବା ସହ ବିଭିନ୍ନ ମହଲରୁ ତାଙ୍କ ପାଇଁ ଶୁଭେଚ୍ଛାର ସୁଅ ଛୁଟୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ୩ ଲକ୍ଷ ୧୫ ହଜାର ଲାଞ୍ଚ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri