ଖଗେଶ୍ୱରଙ୍କ ଜାମିନ ଖାରଜ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଦୀର୍ଘଦିନ ହେବ ଝାରପଡ଼ା ଜେଲରେ ରହିଛନ୍ତି। ଏଭଳିସ୍ଥିତିରେ ଖଗେଶ୍ୱରଙ୍କ ପାଇଁ ଅଡ଼ୁଆ ବଢ଼ିଛି। ଇଡି ମାମଲାରେ ତାଙ୍କ ଜାମିନ ଆବେଦନକୁ ଶୁକ୍ରବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ଅନ୍ୟପକ୍ଷରେ ନୟାପଲ୍ଲୀ ଥାନା ମାମଲାରେ ପୂର୍ବରୁ ଅର୍ଚ୍ଚନାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଥିବାବେଳେ ଖଣ୍ଡଗିରି ଥାନା ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମାମଲାରେ ଜାମିନ ମିଳିନାହିଁ। ଇଡି ମାମଲାରେ ଅର୍ଚ୍ଚନାଙ୍କ ପକ୍ଷରୁ ହାଇକୋର୍ଟରେ ହୋଇଥିବା ଜାମିନ ଆବେଦନର ଶୁଣାଣି ତାରିଖ ଆଗାମୀ ଜୁନ ୨୬ରେ ରହିଛି। ସେହିପରି ଜଗବନ୍ଧୁଙ୍କ ପକ୍ଷରୁ ହାଇକୋର୍ଟରେ ହୋଇଥିବା ଜାମିନ ଆବେଦନର ଶୁଣାଣି ବାକି ଅଛି।
ଶ୍ରଦ୍ଧାଞ୍ଜଳିଙ୍କ ଦ୍ୱାରା ଅର୍ଚ୍ଚନା ବ୍ଲାକ୍‌ମେଲ କରୁଥିବା ନେଇ ଅକ୍ଷୟ ପରିଜା ନୟାପଲ୍ଲୀ ଥାନାରେ ଏତଲା ଦେବା ପରେ ପୋଲିସ ଅର୍ଚ୍ଚନା ଓ ଶ୍ରଦ୍ଧାଞ୍ଜଳିଙ୍କୁ ଅଭିଯୁକ୍ତ ଦର୍ଶାଇଥିଲା। ସେପଟେ ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱର ନିଶା ଦେଇ ଭିଡିଓ କରିବା ପରେ ବ୍ଲାକ୍‌ମେଲ୍‌ କରି ଫସାଇବାକୁ ବାଧ୍ୟ କରୁଥିଲେ ବୋଲି ଶ୍ରଦ୍ଧାଞ୍ଜଳି ଖଣ୍ଡଗିରି ଥାନାରେ ଏତଲା ଦେଇଥିଲେ। ପୋଲିସ ଅର୍ଚ୍ଚନା ଓ ପରେ ଜଗବନ୍ଧୁଙ୍କୁ ଗିରଫ କରିଥିଲା। ପରବର୍ତ୍ତୀ ସମୟରେ ବେଆଇନ ଅର୍ଥ କାରବାର ନେଇ ଇଡି ଖଗେଶ୍ୱରଙ୍କୁ ଗିରଫ କରିବା ସହ ଜେଲରେ ଥିବା ଅର୍ଚ୍ଚନାଙ୍କୁ ଓ ଜଗବନ୍ଧୁଙ୍କୁ ରିମାଣ୍ଡରେ ଆଣି ଗିରଫ ଦର୍ଶାଇଥିଲା। ହେଲେ ଶ୍ରଦ୍ଧାଞ୍ଜଳିଙ୍କୁ ପୋଲିସ କିମ୍ବା ଇଡି ଗିରଫ ନ କରିଥିବାରୁ ଅର୍ଚ୍ଚନା ବିଭିନ୍ନ ସମୟରେ ପ୍ରଶ୍ନ ଉଠାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri