ସୌମ୍ୟଙ୍କ ଘରେ ଖଇରା ପୋଲିସ

ଖଇରା,୧୨ା୮(ଡି.ଏନ.ଏ.): ପାରଳାଖେମୁଣ୍ଡିରେ କାର୍ଯ୍ୟରତ ଏସିଏଫ୍‌ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ରହସ୍ୟ ଉପରୁ ପରଦା ହଟୁନି। ଏହି ରହସ୍ୟଜନକ ମୃତ୍ୟୁ ଘଟଣାରେ ପୋଲିସର ତଦନ୍ତ ଉପରେ ପ୍ରଶ୍ନ ଉଠାଇ ନବୀନ ନିବାସ ଆଗରେ ଆମତ୍ାହୁତି ଦେବାକୁ ସୌମ୍ୟଙ୍କ ପରିବାର ବର୍ଗ ଚେତାବନୀ ଦେଇଛନ୍ତି। ସେମାନଙ୍କୁ ଏଥିରୁ ନିବୃତ୍ତ କରିବା ପାଇଁ ଖଇରା ପୋଲିସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଆଇଆଇସି ଶ୍ରୀବଲ୍ଲଭ ସାହୁଙ୍କ ନିର୍ଦ୍ଦେଶ କ୍ରମେ ଖଇରା ଥାନା ଏଏସ୍‌ଆଇ ଉପେନ୍ଦ୍ର ବେହେରା ଓ ଏଏସ୍‌ଆଇ ଠାକୁରଦାସ ମୁର୍ମୁ ବୁଧବାର ସୌମ୍ୟଙ୍କ ଘର ବେଗୁନିଆ ଗ୍ରାମକୁ ଯାଇ ବାପା ଅଭିରାମ ମହାପାତ୍ର ଓ ମା’ ତୁଳସୀ, ଭାଇ ରଞ୍ଜନଙ୍କୁ ଭେଟି ପୋଲିସ ତଦନ୍ତରେ ଆସ୍ଥା ରଖିବାକୁ ଭରସା ଦେଇଥିଲେ। ଏହା ବ୍ୟତୀତ ଆମତ୍ାହୁତି ଭଳି ସ୍ପର୍ଶକାତର ବିଷୟରୁ ବିରତ ରହିବାକୁ ବୁଝାଇ ଥିଲେ। ସୌମ୍ୟଙ୍କ ବାପା ଅଭିରାମ ମୁଖ୍ୟମନ୍ତ୍ରୀ,ପୋଲିସ ଡିଜି, ପିସିସିଏଫ୍‌ଙ୍କ ଭଳି ବିଭିନ୍ନ ଅଧିକାରୀଙ୍କଠାରେ ଅଭିଯୋଗ କରିଥିଲେ ମଧ୍ୟ ନ୍ୟାୟ ମିଳୁ ନ ଥିବାରୁ ପାରଳାଖେମୁଣ୍ଡି ପୋଲିସର ତଦନ୍ତ ଉପରେ ଭରସା କମିଯାଉଥିବା ନେଇ ଖଇରା ପୋଲିସକୁ କହିଥିଲେ। ଯଦି ନ୍ୟାୟ ନ ମିଳେ ତେବେ ସେମାନେ ସପରିବାର ନିଶ୍ଚୟ ପୂର୍ବ ନିଷ୍ପତ୍ତିରେ ଅଟଳ ରହି ନବୀନ ନିବାସ ଆଗରେ ଆମତ୍ାହୁତି ଦେବା କଥା ପୋଲିସ ଆଗରେ ଦୋହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri