ଚିକିତ୍ସା ପାଇଁ ଲଣ୍ଡନ ଯାଇପାରିଲେନି ଖାଲେଦା ଜିଆ

ଢାକା,୭।୧୨: ଗୁରୁତର ଅସୁସ୍ଥ ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କୁ ଚିକିତ୍ସା କରୁଥିବା ମେଡିକାଲ ବୋର୍ଡ ଶନିବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଙ୍କର ଲଣ୍ଡନ ଯାତ୍ରା ସ୍ଥଗିତ ରଖିଛି। ସେ ରବିବାର ଲଣ୍ଡନ ଯିବାର କାର୍ଯ୍ୟକ୍ରମ ଥିଲା।
କାତାର ଦ୍ୱାରା ଯୋଗାଇ ଦିଆଯାଇଥିବା ଏୟାର ଆମ୍ବୁଲାନ୍ସ ଯାନ୍ତ୍ରିକ ସମସ୍ୟା ଯୋଗୁ ଢାକାରେ ପହଞ୍ଚି ନପାରିବାରୁ ଶୁକ୍ରବାର ତାଙ୍କର ଯାତ୍ରା ଯୋଜନା ସ୍ଥଗିତ ରଖିବାକୁ ପଡିଲା। ଗଣମାଧ୍ୟମ ରିପୋର୍ଟ ଅନୁସାରେ ଦୋହା ପରେ ଜର୍ମାନୀରୁ ଏକ ବଦଳ ବିମାନ ଭଡା କରିଥିଲା।
ତାଙ୍କ ବ୍ୟକ୍ତିଗତ ଚିକିତ୍ସକ ଏବଂ ଦଳର ନୀତି ନିର୍ଦ୍ଧାରଣ ସ୍ଥାୟୀ କମିଟିର ସଦସ୍ୟ ଡାକ୍ତର ଏ.ଜେଡ.ଏମ. ଜାହିଦ ହୁସେନ କହିଛନ୍ତି, ‘ଡାକ୍ତରୀ ବୋର୍ଡ ବିଶ୍ୱାସ କରେ ଯେ ଏହି ସମୟରେ ତାଙ୍କ ପାଇଁ ବିଦେଶ ଯାତ୍ରା କରିବା ଉପଯୁକ୍ତ ନୁହେଁ। ବୋର୍ଡ ନିଶ୍ଚିତ ଯେ ବେଗମ ଖାଲେଦା ଜିଆ ତାଙ୍କର ବର୍ତ୍ତମାନର ଶାରୀରିକ ଜଟିଳତାରୁ ସୁସ୍ଥ ହୋଇଯିବେ।’
ଜିଆଙ୍କୁ ଚିକିତ୍ସା କରୁଥିବା ମେଡିକାଲ ବୋର୍ଡ ପୂର୍ବରୁ ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ ଲଣ୍ଡନ ପଠାଇବାକୁ ରାଜି ହୋଇଥିଲା, ଯଦିଓ ତାଙ୍କୁ ନଭେମ୍ବର ୨୩ରେ ହୃତପିଣ୍ଡ ଏବଂ ଫୁସଫୁସ ଉଭୟକୁ ପ୍ରଭାବିତ କରିଥିବା ସଂକ୍ରମଣ ପରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri