Posted inଜାତୀୟ

ପଞ୍ଜାବରେ ବବ୍ବର ଖାଲସାର ବଡ ଆତଙ୍କବାଦୀ ଆକ୍ରମଣ ଯୋଜନା, ଟାର୍ଗେଟରେ ବଡ ଅଧିକାରୀ

ଚଣ୍ଡିଗଡ଼,୧୯।୬: ଖଲିସ୍ତାନ ସମର୍ଥକ ଆତଙ୍କବାଦୀ ସଙ୍ଗଠନ ବବ୍ବର ଖାଲସା ଇଣ୍ଟରନାଶନାଲ (ବିକେଆଇ)ଭାରତର ପଞ୍ଜାବରେ ବଡ ଆତଙ୍କବାଦୀ ଆକ୍ରମଣ ଯୋଜନା କରୁଛି। ସୁରକ୍ଷା ଏଜେନ୍ସି ପକ୍ଷରୁ ଏହାକୁ ନେଇ ଆଲର୍ଟ ଜାରି କରାଯାଇଛି।ସୁରକ୍ଷା ଏଜେନ୍ସି ପକ୍ଷରୁ ଏହାକୁ ନେଇ ଆଲର୍ଟ ଜାରି କରାଯାଇଛି। ବିକେଆଇ ପାକିସ୍ତାନର ସହଯୋଗରେ ପଞ୍ଜାବରେ ବଡ ଧରଣର ଆକ୍ରମଣ ଯୋଜନା କରୁଛି। ଆତଙ୍କବାଦୀ ସଙ୍ଗଠନର ଟାର୍ଗେଟରେ ପଞ୍ଜାବର ସିନିୟର ପୋଲିସ ଅଧିକାରୀ ଥିବା ଜଣାପଡିଛି। ଏମାନଙ୍କ ମଧ୍ୟରେ ପଞ୍ଜାବର ଜଣେ ବଡ ଗ୍ୟାଙ୍ଗଷ୍ଟର ବି ରହିଛନ୍ତି।
ଗୁଇନ୍ଦା ଏଜେନ୍ସି ଆଲର୍ଟରେ କହିଛି କି ବିକେଆଇର ଆତଙ୍କବାଦୀ ପରମଜିତ ସିଂ ପମ୍ମା ଭାରତରେ ପାକିସ୍ତାନ ସାହାଯ୍ୟରେ ଆତଙ୍କବାଦୀ ଆକ୍ରମଣର ଯୋଜନା କରୁଛନ୍ତି। ପମ୍ମା ହେଉଛନ୍ତି ସେହି ବ୍ୟକ୍ତି ଯାହାଙ୍କୁ ଏନଆଇଏ ତା’ଣ ମୋଷ୍ଟ ଓ୍ବାଣ୍ଟେଡ ଲିଷ୍ଟରେ ସାମିଲ କରିଛି। ସୂଚନାନୁସାରେ, ଖାଲିସ୍ତାନୀ ଆତଙ୍କବାଦୀ ପରମଜିତ ସିଂ ପମ୍ମାଙ୍କ ଟାର୍ଗେଟ ହେଉଛି ପଞ୍ଜାବର ଜଣେ ବରିଷ୍ଠ ପୋଲିସ ଅଧିକାରୀ ଯିଏ ଏହି ଆତଙ୍କବାଦୀ ସଙ୍ଗଠନକୁ ଭାଙ୍ଗିବା ପାଇଁ ଅପରେଶନ ଆରମ୍ଭ କରିଛନ୍ତି। ଏଥି ସହିତ, ଧାର୍ମିକ ତଥା ସାମାଜିକ ନେତାମାନେ ମଧ୍ୟ ଏହି ଆତଙ୍କବାଦୀଙ୍କ ଟାର୍ଗେଟରେ ଅନ୍ତର୍ଭୁକ୍ତ, ଯେଉଁମାନଙ୍କ ଉପରେ ଆକ୍ରମଣ ଯୋଜନା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri