Posted inଜାତୀୟ

ଖଲିସ୍ତାନ ପତାକା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଶିମଲା,୮।୫: ହିମାଚଳପ୍ରଦେଶ ବିଧାନସଭାର ମୁଖ୍ୟ ପ୍ରବେଶ ପଥ ଏବଂ କାନ୍ଥରେ ରବିବାର ଖଲିସ୍ତାନ ପତାକା ଲାଗିଥିବା ଦେଖାଯାଇଛି। ଧର୍ମଶାଳାସ୍ଥିତ ଆସେମ୍ବ୍ଲି ବିଲ୍ଡିଂର କାନ୍ଥରେ ସ୍ଲୋଗାନ ମଧ୍ୟ ଲେଖାଯାଇଛି। ପ୍ରଶାସନ ଉକ୍ତ ପତାକାକୁ ହଟାଇ ଦେଇଛି। ଖଲିସ୍ତାନ ପତାକା ଲଗାଯିବା ଘଟଣାକୁ ହିମାଚଳପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ନିନ୍ଦା କରିବା ସହ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣା ପଛରେ ପଞ୍ଜାବର କେତେଜଣ ଆତଙ୍କବାଦୀ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଥିବାରୁ ବିଭିନ୍ନ ରାଜ୍ୟ ସୀମାରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରାଯିବ ବୋଲି ସେ କହିଛନ୍ତି।

ହିମାଚଳପ୍ରଦେଶ ସୀମାକୁ ଲାଗି ଜମ୍ମୁ-କଶ୍ମୀର, ଲଦାଖ, ଉତ୍ତରାଖଣ୍ଡ, ହରିୟାଣା ଏବଂ ପଞ୍ଜାବ ସୀମା ରହିଛି। ଖଲିସ୍ତାନ ପତାକା ଲଗାଯିବା ଘଟଣାରେ ଏତଲା ଦାଏର ହେବା ସହ ତଦନ୍ତ ଆରମ୍ଭ ହୋଇଛି। ଅପରାଧୀଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯାଇ ଉପଯୁକ୍ତ ଦଣ୍ଡବିଧାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri