Posted inଜାତୀୟ

ଜେଲ୍‌ରେ ଥାଇ ନିର୍ବାଚନ ଲଢ଼ିବେ ଖଲିସ୍ତାନୀ ସମର୍ଥକ ଅମୃତପାଳ ସିଂ, ନାମାଙ୍କନ ପତ୍ର ସ୍ବୀକାର କଲେ EC

ନୂଆଦିଲ୍ଲୀ,୧୫।୫: ଖଲିସ୍ତାନୀ ସମର୍ଥକ ଅମୃତପାଲ ସିଂ ଲୋକ ସଭା ନିର୍ବାଚନ ଲଢ଼ିବେ। ତାଙ୍କର ନାମାଙ୍କନକୁ ନିର୍ବାଚନ ଆୟୋଗ ଗ୍ରହଣ କରିଛନ୍ତି। ଏବେ ସେ ଜେଲ୍‌ରେ ଥିବା ବେଳେ ସେଠାରୁ ହିଁ ନିର୍ବାଚନ ଲାଗି ପ୍ରସ୍ତୁତି ଚଳାଇଛନ୍ତି।

ନିର୍ବାଚନ ଆୟୋଗ ଖଡ୍ଡୁର ସାହିବ ଲୋକ ସଭା ଆସନରୁ ନିର୍ବାଚନ ଲଢ଼ିବାକୁ ଅମୃତପାଳଙ୍କ ନାମାଙ୍କନକୁ ସ୍ବୀକାର କରିଛନ୍ତି। ସେ ଏବେ ଡିବ୍ରୁଗଡ଼ ଜେଲ୍‌ରେ ଅଛନ୍ତି। ତେବେ ମେ ୧୦ରେ ସେ ସ୍ବାଧୀନ ପ୍ରାର୍ଥୀ ଭାବେ ନିଜର ନାମାଙ୍କନ ଦାଖଲ କରିଥିଲେ।

ଖଲିସ୍ତାନୀ ନେତା ଅମୃତପାଳଙ୍କ ଉପରେ ଏନ୍‌ଏସ୍‌ଏ ସମେତ ଅନେକ ଗୁରୁତର ମାମଲା ରହିଛି। ତାଙ୍କୁ ପଞ୍ଜାବ ପୋଲିସ ଗିରଫ କରିବା ପରେ ସୁରକ୍ଷା ଦୃଷ୍ଟିରୁ ଆସାମ ସ୍ଥାନାନ୍ତର କରିଥିଲା। ଗତ ବର୍ଷ ଏପ୍ରିଲ ୨୩ରେ ମୋଗାରୁ ତାଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ସ୍ୱପ୍ନର ବାଂଲାଦେଶ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri