ଅଷ୍ଟ୍ରେଲିଆରେ ଭାରତୀୟ ଦୂତାବାସ ବନ୍ଦ କଲେ ଖଲିସ୍ତାନ ସମର୍ଥକ

ନୂଆଦିଲ୍ଲୀ,୧୫।୩: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସ୍‌ ଦେଶରେ ଭାରତ ବିରୋଧୀ କାର୍ଯ୍ୟ ରୋକିବା ପାଇଁ ଆଶ୍ୱାସନା ଦେବାର କିଛି ଦିନ ପରେ ପୁଣି ଖଲିସ୍ତାନ ସମର୍ଥକମାନେ ବ୍ରିସବେନରେ ଥିବା ଭାରତୀୟ ବାଣିଜ୍ୟ ଦୂତାବାସ ବନ୍ଦ କରି ଦେଇଛନ୍ତି। ଦି ଅଷ୍ଟ୍ରେଲିଆ ଟୁଡେରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ବ୍ରିସବେନର ଟାରିଙ୍ଗା ଉପନଗରର ସ୍ବାନ ରୋଡରେ ଥିବା ଭାରତୀୟ ବାଣିଜ୍ୟ ଦୂତାବାସ ଖଲିସ୍ତାନ ସମର୍ଥକମାନେ ଅଶ୍ଳୀଳ ସ୍ଲୋଗାନ ଦେଇଥିଲେ ଏବଂ ହିନ୍ଦୁ ବିରୋଧୀ ପୋଷ୍ଟର ଲଗାଇଥିଲେ। ଉତ୍ତେଜନାକୁ ଦୃଷ୍ଟିରେ ରଖି ଏହି ଅଞ୍ଚଳରେ ପୋଲିସ ଫୋର୍ସ ଉପସ୍ଥିତ ଅଛନ୍ତି।
ନିକଟରେ ଭାରତ ଗସ୍ତରେ ଆସିଥିବା ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିସ୍‌ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆରେ ଖଲିସ୍ତାନ ସଂଗଠନ ଦ୍ୱାରା ସୃଷ୍ଟି ହୋଇଥିବା ବିଶୃଙ୍ଖଳା ବିଷୟରେ ଆଲୋଚନା କରିଥିଲେ। ଆଲବାନିସ୍‌ ଶାନ୍ତି ବଜାୟ ରଖିବା ପାଇଁ ସମସ୍ତ ପଦକ୍ଷେପ ନେବାକୁ ନିଶ୍ଚିତ କରିଥିଲେ।
କିଛି ଦିନ ପୂର୍ବରୁ ଖଲିସ୍ତାନମାନେ ବ୍ରିସବେନରେ ଥିବା ଏକ ହିନ୍ଦୁ ମନ୍ଦିରକୁ ମଧ୍ୟ ଟାର୍ଗେଟ କରିଥିଲେ। ମାର୍ଚ୍ଚ ପ୍ରାରମ୍ଭରେ ଖାଲିସ୍ତାନ ସମର୍ଥକମାନେ ଶ୍ରୀ ଲକ୍ଷ୍ମୀ ନାରାୟଣ ମନ୍ଦିର ଉପରେ ଭଙ୍ଗାରୁଜା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକାର ସମର୍ଥନ

ଓ୍ବାଶିଂଟନ,୧୮ା୪: ଏକବିଂଶ ଶତାବ୍ଦୀର ବିଶ୍ୱର ପ୍ରତିଫଳନ ପାଇଁ ସୁରକ୍ଷା ପରିଷଦ ସମେତ ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକା ସମର୍ଥନ ଜଣାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ...

ଦୁବଇରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଦେଖୁ ଦେଖୁ ଆକାଶ ହୋଇଗଲା ସବୁଜ, ଦେଖନ୍ତୁ ଭିଡିଓ

ଦୁବଇ,୧୮।୪: ଗତ କିଛି ଦିନ ହେବ ଦୁବଇର ପାଗରେ ଅନେକ ପରିବର୍ତ୍ତନ ଦେଖାଯାଉଛି । ଯେଉଁଠାରେ ୭୫ ବର୍ଷ ମଧ୍ୟରେ ପ୍ରବଳ ବର୍ଷା ସହରକୁ ବୁଡ଼ାଇ...

ପ୍ରତିଦିନ ଚୋରି ହେଉଛି ୬ ଲକ୍ଷ ଲିଟର ପାଣି

ମେକ୍ସିକୋ ସିଟି,୧୮।୪: ଚୋରମାନଙ୍କ ଦ୍ୱାରା ଜଳର କଳାବଜାରି ଯୋଗୁଁ ମେକ୍ସିକୋରେ ହ୍ରଦ ଶୁଖିଯାଉଛି। ଚୋରମାନେ ସମଗ୍ର ହ୍ରଦକୁ ନିଷ୍କାସନ କରି ଦିନକୁ ପ୍ରାୟ ୬ଲକ୍ଷ ଲିଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri