Posted inଜାତୀୟ

ଖଲିସ୍ତାନୀ ସମର୍ଥକଙ୍କୁ ମିଳୁଛି ବିଦେଶୀ ଫଣ୍ଡିଂ: ଭଗୱନ୍ତ ମାନ୍‌

ନୂଆଦିଲ୍ଲୀ/ଚଣ୍ଡିଗଡ଼,୨୭।୨: ପଞ୍ଜାବ ଅଜନାଲା ଥାନାରେ ଖଲିସ୍ତାନୀ ସମର୍ଥକଙ୍କ ଆକ୍ରମଣ ଘଟଣା ଉପରେ ମୁହଁ ଖୋଲିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ୍‌ । ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମାନ୍‌ ୧ ହଜାର ଲୋକଙ୍କୁ ନେଇ ପଞ୍ଜାବ କହିପାରିବେ ନାହିଁ ବୋଲି କହିଛନ୍ତି। କିଛି ଲୋକ ଅଛନ୍ତି ତାଙ୍କୁ ବିଦେଶ ତଥା ପାକିସ୍ତାନରୁ ଫଣ୍ଡିଂ ଆସୁଛି। ଏଭଳି ଖଳ ପ୍ରକୃତିର ଲୋକ ହିଁ ପଞ୍ଜାବର ଶାନ୍ତି ଭଙ୍ଗକରିବାକୁ ଚାହୁଁଛନ୍ତି ।

ଗତ ଗୁରୁବାର ଖଲିସ୍ତାନୀ ସମର୍ଥକ ଅମୃତପାଲ ସିଂ ଓ ତାଙ୍କର ସମର୍ଥକ ଅମୃତସରର ଅଜନାଲା ଥାନା ଉପରେ ଆକ୍ରମଣ କରିଥିଲେ। ସାଥୀ ଲଭପ୍ରୀତ ସିଂ ତୁଫାନଙ୍କୁ ଜେଲରୁ ଛଡ଼ାଇବାକୁ ଅମୃତପାଲ ଥାନାରେ ଆକ୍ରମଣ କରିଥିଲେ । ଏହି ଆକ୍ରମଣରେ ଅନେକ ପୋଲିସ କର୍ମୀ ଆହତ ହୋଇଥିଲେ । ପରେ ଚାପରେ ଆସି ଲଭପ୍ରୀତ, ତୁଫାନଙ୍କୁ ଛାଡ଼ି ଦିଆଯାଇଥିଲା । କିନ୍ତୁ ପୋଲିସ ପକ୍ଷରୁ କୁହାଯାଇଥିଲା ଯେ, ଲଭପ୍ରୀତଙ୍କ ବିରୋଧରେ କୌଣସି ପ୍ରମାଣ ନ ମିଳିବାରୁ ତାଙ୍କୁ ଛାଡ଼ି ଦିଆଯାଇଥିବା ଅବଗତ କରାଯାଇଥିଲା।

ତେବେ ଏହି ଘଟଣାକୁ ନେଇ ପଞ୍ଜାବ ପୋଲିସକୁ ଗୃହ ମନ୍ତ୍ରଣାଳୟ ରିପୋର୍ଟ ମାଗିଛି । ଏହି ଘଟଣାକୁ ଗମ୍ଭୀରତାର ସହ ନେଇ ଯଥାଶୀଘ୍ର ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଜାରି କରିଛି ଗୃହ ମନ୍ତ୍ରଣାଳୟ । ଅନ୍ୟପଟେ ମାନ୍‌ ଏହି ଘଟଣାକୁ ନେଇ କହିଛନ୍ତି, ପଞ୍ଜାବକୁ କାହିଁକି ଡ୍ରୋନ୍‌ ଯୋଗେ ଅସ୍ତ୍ରଶସ୍ତ୍ର ଆସୁଛି । କାରଣ ବିଦେଶରେ ବସିଥିବା ମୁଖିଆ ପଞ୍ଜାବର ଶାନ୍ତିକୁ ଭଙ୍ଗ କରିବାକୁ ଚାହୁଁଛନ୍ତି । କିନ୍ତୁ ପଞ୍ଜାବର ଭାଇଚାରା ଓ ଶାନ୍ତି କେବେ ଭଙ୍ଗ ହେବ ନାହିଁ ।

ମିଳିଥିବା ସୂଚନା ମୁତାବକ, ଗତ ୧୮ ଫେବୃୟାରୀରେ ଦଙ୍ଗା ଓ ଅପହରଣ ଅଭିଯୋଗରେ ଲଭପ୍ରୀତ ସିଂ ତୋଫାନଙ୍କୁ ଗିରଫ କରିଥିଲା ପଞ୍ଜାବ ପୋଲିସ । ଏହାପରେ ଲଭପ୍ରୀତଙ୍କୁ ଛାଡ଼ିଦେବାକୁ ପଞ୍ଜାବର ବିଭିନ୍ନ ସ୍ଥାନରେ ଦାବି ହୋଇଥିଲା । କିନ୍ତୁ ପୋଲିସ ଏହି ଦାବି ପ୍ରତି ଗୁରୁତ୍ୱ ନ ଦେବାରୁ ଅମୃତପାଲ ସିଂଙ୍କ ନେତୃତ୍ୱରେ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା। ଏପରିକି ଥାନା ଉପରେ ଆକ୍ରମଣ କରିଥିଲେ ଖାଲିସ୍ତାନୀ ସମର୍ଥକ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri