Posted inଜାତୀୟ

ଦିଲ୍ଲୀ ବିମାନବନ୍ଦର ଉଡାଇବାକୁ ଖଲିସ୍ତାନୀ ସଂଗଠନର ଧମକ

ନୂଆଦିଲ୍ଲୀ,୪।୧୧: ୧୯୮୪ ଶିଖ ଦଙ୍ଗାର ୩୬ତମ ବାର୍ଷିକୀ ଅବସର ପୂର୍ବରୁ ଖଲିସ୍ତାନ ସମର୍ଥକ ସଂଗଠନ ପକ୍ଷରୁ ଧମକ ଦିଆଯାଉଛି। ଦିଲ୍ଲୀ ବିମାନ ବନ୍ଦରକୁ ଉଡାଇଦେବାକୁ ଖଲିସ୍ତାନୀ ସଂଗଠନ ପକ୍ଷରୁ ଧମକ ଦିଆଯାଇଥିବା ସୂଚନା ମିଳିଛି। ଖଲିସ୍ତାନ କମାଣ୍ଡୋ ଫୋର୍ସର ସଦସ୍ୟ ତଥା ଘୋଷିତ ଆତଙ୍କବାଦୀ ଗୁରୁପତବନ୍ତ ସିଂହ ପନୁନ ଅନେକ ଲୋକଙ୍କ ମୋବାଇଲରେ ଏକ ଧମକପୂର୍ଣ୍ଣ ଭଏସ୍‌ ମ୍ୟାସେଜ୍‌ ପଠାଇଥିବା ଜଣାପଡ଼ିଛି। ନଭେମ୍ବର ୫ ଅର୍ଥାତ୍‌ ଗୁରୁବାର ଦିଲ୍ଲୀ ବିମାନ ବନ୍ଦରରୁ ଏୟାର ଇଣ୍ଡିଆର ୨ଟି ବିମାନକୁ ଲଣ୍ଡନ ପହଞ୍ଚିବାକୁ ଦିଆଯିବ ନାହିଁ ବୋଲି ଉକ୍ତ ଭଏସ୍‌ ମ୍ୟାସେଜରେ ଉଲ୍ଲେଖ କରାଯାଇଛି। ଏଭଳି ଧମକପୂର୍ଣ୍ଣ ମ୍ୟାସେଜ ମିଳିବା ପରେ ଦିଲ୍ଲୀରେ ଆଲର୍ଟ ଜାରି କରାଯାଇଛି। ଏଥିସହ ଏୟାର ଇଣ୍ଡିଆ, ଏୟାରପୋର୍ଟ ପୋଲିସ, ସିଆଇଏସ୍‌ଏଫ୍‌ ସିକ୍ୟୁରିଟି ୟୁନିଟ ଓ ସ୍ପେଶାଲ ସେଲ୍‌କୁ ଆଲର୍ଟ କରାଯାଇଥିବା ନେଇ ଦିଲ୍ଲୀ ପୋଲିସର ଏୟାରପୋର୍ଟ ଡିସିପି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ୧୯୮୪ରେ ଦିଲ୍ଲୀରେ ହୋଇଥିବା ଦଙ୍ଗାକୁ ନଭେମ୍ବର ୫ରେ ୩୬ବର୍ଷ ପୂରଣ ହେଉଛି। ଏଥିପାଇଁ ଖଲିସ୍ତାନୀ ଆତଙ୍କବାଦୀ ଅନେକ ନମ୍ବରରେ ଫୋନ କରି ଏଭଳି ଧମକ ଦେଇଥିବା କୁହାଯାଉଛି। ଅନ୍ୟପଟେ ମଙ୍ଗଳବାର ଖଲିସ୍ତାନ ସମର୍ଥକ ସଂଗଠନ ସହ ଜଡ଼ିତ ୧୨ଟି ଓ୍ବେବସାଇଟ ଉପରେ ସରକାର ପ୍ରତିବନ୍ଧକ ଲଗାଇବାକୁ ଘୋଷଣା କରିବା ପରେ ଏଭଳି ଧମକ ମିଳିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?