ଟ୍ରୁଡୋଙ୍କ ଉପସ୍ଥିତିରେ ଖଲିସ୍ତାନୀ ସ୍ଲୋଗାନ

ଟରଣ୍ଟୋ, ୩୦।୪: କାନାଡ଼ାର ଟରଣ୍ଟୋରେ ସୋମବାର ଖାଲ୍‌ସା ଦିବସ ପାଳନ ହେଉଥିବାବେଳେ ଏଥିରେ ବହୁ ସଂଖ୍ୟାରେ ଶିଖ୍‌ ସମ୍ପ୍ରଦାୟର ଲୋକ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସମ୍ବୋଧନ କରୁଥିବା ସମୟରେ ଉପସ୍ଥିତ ଥିବା ଲୋକମାନଙ୍କ ମଧ୍ୟରୁ କେତେ ଜଣ ଖଲିସ୍ତାନ ସମର୍ଥନରେ ସ୍ଲୋଗାନ ଦେଇଥିଲେ। ତେବେ ଦେଶରେ ରହୁଥିବା ୮ ଲକ୍ଷ ଶିଖ୍‌ ଜନସାଧାରଣଙ୍କ ଅଧିକାର ଓ ସ୍ବାଧୀନତାକୁ କାନାଡ଼ା ସରକାର ରକ୍ଷା କରିବେ ବୋଲି ନିଜ ସମ୍ବୋଧନରେ ଟ୍ରୁଡୋ ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ବିବିଧତା କାନାଡାର ସବୁଠାରୁ ବଡ଼ ଶକ୍ତି ହୋଇଥିବା କହି ବିନା ଭୟରେ ନିଜ ଧର୍ମକୁ ଅନୁସରଣ କରିବାକୁ ସେ ଉପସ୍ଥିତ ଥିବା ଶିଖ୍‌ ଜନସାଧାରଣଙ୍କୁ ଆହ୍ବାନ କରିଛନ୍ତି। ସୂଚନାଯୋଗ୍ୟ, ଗତ ବର୍ଷ ଜୁନ୍‌ ୧୮ରେ ଭାରତ ଦ୍ୱାରା ଘୋଷିତ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜରଙ୍କ ହତ୍ୟା ହୋଇଥିଲା। ଏଥିରେ ଭାରତ ସରକାରଙ୍କ ହାତ ଥିବା ଟ୍ରୁଡୋ ଅଭିଯୋଗ ଆଣିଥିଲେ। ଭାରତ ପକ୍ଷରୁ ଏହି ଅଭିଯୋଗକୁ ଖଣ୍ଡନ କରାଯାଇଥିବାବେଳେ ଏହାକୁ ନେଇ ୨ ଦେଶ ମଧ୍ୟରେ ବିବାଦ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?