ଲଣ୍ଡନରେ ତ୍ରିରଙ୍ଗାର ଅପମାନ କଲେ ଖଲିସ୍ତାନୀ ସମର୍ଥକ

ନୂଆଦିଲ୍ଲୀ/ଲଣ୍ଡନ,୨୦ ।୩: ଭାରତରେ ‘ୱାରିସ ପଞ୍ଜାବ ଦେ’ର ମୁଖ୍ୟ ଅମୃତପାଲ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ମଧ୍ୟରେ ବ୍ରିଟେନରେ ଭାରତୀୟ ହାଇକମିଶନଙ୍କ ଉପରେ ଆକ୍ରମଣ ହୋଇଥିବା ଖବର ଆସିଛି । କୁହାଯାଉଛି କି ଲଣ୍ଡନ ସ୍ଥିତ ହାଇକମିଶନଙ୍କୁ ଖଲିସ୍ତାନ ସମର୍ଥକମାନେ ଟାର୍ଗେଟ କରିଛନ୍ତି । ଏହି ସମୟରେ ତ୍ରିରଙ୍ଗାର ଅପମାନ କରାଯାଇଛି ଓ ପରିସର ମଧ୍ୟରେ ଭଙ୍ଗା ରୁଜା ବି କରାଯାଇଛି । ଘଟଣା ପରେ ଭାରତୀୟ ହାଇକମିଶନଙ୍କ ସୁରକ୍ଷାକୁ ବି ବଢାଇ ଦିଆଯାଇଛି । କୁହାଯାଉଛି କି ଘଟଣା ସମୟରେ ଇଣ୍ଡିଆନ ହାଇକମିଶନ ବାହାରେ ସୁରକ୍ଷା ବ୍ୟବସ୍ଥା କମ ଥିଲା, ଯାହା ଫଳରେ ଆକ୍ରମଣକାରୀ ସହଜରେ ଘଟଣା ଘଟାଇ ପାରିଲେ । ଆକ୍ରମଣକାରୀଙ୍କ ସଂଖ୍ୟା ପ୍ରାୟ ୮୦ ରହିଥିଲା ବୋଲି କୁହାଯାଉଛି ।
ଏହି ଘଟଣାରେ ଭାରତ ରାଗିଯିବା ସହ ବ୍ରିଟିଶ ହାଇ କମିଶନଙ୍କୁ ଏ ସମ୍ପର୍କରେ ଅବଗତ କରାଇଛି । କିନ୍ତୁ ହାଇ କମିଶନ ଆଲେକ୍ସ ଏଲିସ ଦିଲ୍ଲୀ ବାହାରେ ଥିବାରୁ ହାଇ କମିଶନଙ୍କ ଡେପୁଟି ହେଡ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟରେ ପହଞ୍ଚିଥିଲେ । ସରକାରୀ ସୂତ୍ରରୁ ପ୍ରକାଶ ଯେ, ଏହ ଘଟଣା ସମ୍ପର୍କରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ବ୍ରିଟିଶ କୂଟନୀତିଜ୍ଞଙ୍କୁ ଏକ ଦୃଢ ବାର୍ତ୍ତା ଦେଇଛନ୍ତି । ବ୍ରିଟିଶ ହାଇ କମିଶନର ଆଲେକ୍ସ ଏଲିସ ଏହି ଘଟଣାକୁ ନିନ୍ଦା କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଏହା ଗ୍ରହଣୀୟ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri