ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ମିଶିବ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୯।୫(ବ୍ୟୁରୋ):ଅସ୍ତିତ୍ୱ ହରାଇବ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ। ଆସନ୍ତା ସେପ୍ଟେମ୍ବର ୧ରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ମିଶିଯିବ ଏହି ପ୍ରମୁଖ ଉଚ୍ଚ ଶିକ୍ଷାନୁଷ୍ଠାନ। ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ମିଶ୍ରଣ ନେଇ ମଙ୍ଗଳବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ଏକକ ବିଶ୍ୱବିଦ୍ୟାଳୟ ହେବାପରେ କ୍ଲଷ୍ଟର ବିଶ୍ୱବିଦ୍ୟାଳୟର ଆବଶ୍ୟକତା ନ ଥିବା ଦର୍ଶାଇ ଉଚ୍ଚଶିକ୍ଷା ବିଭାଗ ଏପରି ନିଷ୍ପତ୍ତି ନେଇଥିବା ବିଜ୍ଞପ୍ତିରେ ଉଲ୍ଲେଖ କରିଛି।
ଉକ୍ତ ବିଜ୍ଞପ୍ତି ଅନୁସାରେ, ଅଗଷ୍ଟ ୩୦ ପରେ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟକୁ ବନ୍ଦ କରିଦିଆଯିବ। ଏହାର ସମସ୍ତ ରେଗୁଲାର କର୍ମଚାରୀ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ରେଗୁଲାର କର୍ମଚାରୀ ଭାବେ କାର୍ଯ୍ୟ କରିବେ। ସେମାନେ ଅକ୍ଟୋବର ୧ରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରୁ ଦରମା ଉଠାଇବେ। ସମସ୍ତ ଅସ୍ଥାବର ସମ୍ପତ୍ତି ଅଗଷ୍ଟ ୯ ସୁଦ୍ଧା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟକୁ ହସ୍ତାନ୍ତର କରାଯିବ। ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ପାଇଁ ଚିହ୍ନଟ ସରକାରୀ ଜମିକୁ ଜିଲା ରାଜସ୍ବ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରାଯାଇଛି। ଅଗଷ୍ଟ ୩୦ ସୁଦ୍ଧା ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ସମସ୍ତ ଯୁଜି ଓ ପିଜି ପରୀକ୍ଷା କରିବା ସହିତ ଫଳାଫଳ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାପରେ ଆପେ ପିଲାମାନେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟକୁ ସ୍ଥାନାନ୍ତର ହୋଇଯିବେ। ଅଗଷ୍ଟ ୩୦ ପରେ ଖଲ୍ଳିକୋଟ ବିଶ୍ୱବିଦ୍ୟାଳୟରେ ଯେଉଁ ଛାତ୍ରୀଛାତ୍ର ଗବେଷଣା କରୁଥିଲେ ସେମାନେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟକୁ ପ୍ରି-ଡକ୍ଟରାଲ କ୍ରେଡିଟ୍‌ ସହ ସ୍ଥାନାନ୍ତର ହେବେ। ସେହିପରି ଗବେଷଣା ପାଇଁ ଅନୁମୋଦନ ହୋଇଥିବା ଫଣ୍ଡ୍‌ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟକୁ ସ୍ଥାନାନ୍ତର ହେବ। ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ସମସ୍ତ ଅଫିସିଆଲ୍‌ ଫାଇଲ/ରେକର୍ଡସ/ଡକ୍ୟୁମେଣ୍ଟସ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାରଙ୍କୁ ହସ୍ତାନ୍ତର କରିବେ।
ସେପଟେ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ କମ୍ପଟ୍ରୋଲର ଅଫ୍‌ ଫାଇନାନ୍ସ(ସିଓଏଫ୍‌) ମିନତୀ ସାହୁଙ୍କୁ ବ୍ରହ୍ମପୁର ଏମ୍‌କେସିଜି ହସ୍ପିଟାଲକୁ ବଦଳି କରାଯାଇଛି। ବିଶ୍ୱବିଦ୍ୟାଳୟ ମିଶ୍ରଣ ପ୍ରକ୍ରିୟାକୁ ସୁରୁଖୁରୁରେ କରିବା ପାଇଁ ତାଙ୍କୁ ଅଗଷ୍ଟ ୩୦ ତାରିଖ ପର୍ଯ୍ୟନ୍ତ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ସିଓଏଫ୍‌ ଭାବେ କାର୍ଯ୍ୟ କରିବାକୁ ଅନୁମତି ଦେବାକୁ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଅର୍ଥ ବିଭାଗକୁ ଚିଠି ଲେଖିଛନ୍ତି। ସୂଚନାଯୋଗ୍ୟ, ଖଲ୍ଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟ ପ୍ରଥମେ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ଓ ପରେ ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri