ଖଲ୍ଲିକୋଟ ରାଣୀ ଜଣେ ଅପ୍ରତିଦ୍ୱନ୍ଦୀ ରାଜନେତା, ସମସ୍ତଙ୍କ ଶ୍ରଦ୍ଧା-ସମ୍ମାନର ଅଧିକାରିଣୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୨(ଅନିଲ ଦାସ)-୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଖଲ୍ଲିକୋଟ ଆର୍‌ସିଏମ୍‌ ବିଜ୍ଞାନ କଲେଜରେ ପୂର୍ବତନ ବିଧାୟିକା ରାଣୀ ସୁଜ୍ଞାନ କୁମାରୀ ଦେଓଙ୍କ ଦ୍ବାଦଶାହ କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ସେ ତାଙ୍କ ପରିବାରବର୍ଗ, ଜ୍ଞାତିକୁଟୁମ୍ବ ଓ ସ୍ଥାନୀୟ ଲୋକମାନଙ୍କୁ ଭେଟି ରାଣୀଙ୍କ ସ୍ମୃତିଚାରଣ କରିଥିଲେ । ସେ କହିଛନ୍ତି ଯେ ସ୍ବର୍ଗତ ସୁଜ୍ଞାନ ଦେଓ ଗଞ୍ଜାମର ଅପ୍ରତିଦ୍ବନ୍ଦୀ ରାଜନେତା ଭାବେ ଅନେକ ଦଶକ ଧରି ଏ ଅଞ୍ଚଳର ସେବାକରି ଆସିଥିଲେ। ତାଙ୍କର ବ୍ୟକ୍ତିତ୍ୱ ଓ ସେବା ମନୋଭାବ ଯୋଗୁ ସେ ସାରା ଓଡ଼ିଶାରେ ଦଳମତ ନିର୍ବିଶେଷରେ ସମସ୍ତଙ୍କ ସମ୍ମାନର ଅଧିକାରିଣୀ ଥିଲେ । ସ୍ବତନ୍ତ୍ର ଓଡ଼ିଶା ଗଠନ ଓ ପରବର୍ତ୍ତୀ ଓଡ଼ିଶା ବିକାଶରେ ରାଣୀଙ୍କ ପରିବାରର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ରାଜା ବାହାଦୁର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ବୋହୂ ଭାବରେ ସେ ଖଲ୍ଲିକୋଟ ରାଜପରିବାରର ଜଣେ ସୁଯୋଗ୍ୟା ଉତ୍ତରାଧିକାରିଣୀ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?