Posted inଜାତୀୟ

ନୀତୀଶ କୁମାରଙ୍କୁ ଭେଟିଲେ ଖାନ ସାର୍‌, ବଢୁଛି ରାଜନୈତିକ ଉଷ୍ମତା

ପାଟନା,୨୫।୧୦: ଏବେ ବିହାରର ରାଜଧାନୀ ପାଟନାରୁ ଏକ ବଡ ଖବର ସାମ୍ନାକୁ ଆସିଛି। ପ୍ରତିଯୋଗିତାମୂଳକ ପରୀକ୍ଷାର ଜଣାଶୁଣା ଶିକ୍ଷକ ଖାନ ସାର୍‌ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟିଛନ୍ତି। ବିହାରର ଏହି ନାଁକରା ଶିକ୍ଷକ ଖାନ ସାର୍‌ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ସିଏମ ହାଉସରେ ଭେଟିଛନ୍ତି, ଯାହା ପରେ ଖାନ ସାର୍‌ ଆଗାମୀ ସମୟରେ ରାଜନୀତିରେ ପାଦ ଦେବେ ବୋଲି ଆଲୋଚନା ହେବା ସହ ଅନେକ ପ୍ରଶ୍ନ ମଧ୍ୟ ଉଙ୍କିମାରିଛି।

ସୂଚନାଯୋଗ୍ୟ, ଏହି ବୈଠକ ସମୟରେ ବିହାର ଗ୍ରାମ୍ୟ ବ୍ୟାପାର ମନ୍ତ୍ରୀ ଅଶୋକ ଚୌଧୁରୀ ମଧ୍ୟ ଉପସ୍ଥିତ ଥିଲେ, ଯେଉଁଥିପାଇଁ ଆଲୋଚନା ତୀବ୍ର ହୋଇଛି। କିନ୍ତୁ, ଖବର ମୁତାବକ, ଏହି ବୈଠକରେ ଖାନ ସାର୍‌ କେବଳ ନୀତୀଶ ସରକାରଙ୍କ ଶିକ୍ଷାକୁ ସୁଦୃଢ କରିବା ପାଇଁ ପଦକ୍ଷେପ ଗ୍ରହଣ କରିନାହାଁନ୍ତି ବରଂ ଇନ୍ସପେକ୍ଟର ଏବଂ ଶିକ୍ଷକ ପରୀକ୍ଷାରେ ସରକାର ଗ୍ରହଣ କରିଥିବା ଉନ୍ନତ ପଦକ୍ଷେପକୁ ମଧ୍ୟ ପ୍ରଶଂସା କରିଛନ୍ତି ଏବଂ ଅନ୍ୟ କିଛି ପ୍ରସ୍ତାବ ମଧ୍ୟ ଦିଆଯାଇଛି।

ବର୍ତ୍ତମାନ ଏଭଳି ପରିସ୍ଥିତିରେ ଖାନ ସାର୍‌ଙ୍କ ମୁଖ୍ୟମନ୍ତ୍ରୀଙ୍କ ସହିତ ସାକ୍ଷାତ ପରେ ସେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ନେଇ ଆଲୋଚନା ମଧ୍ୟ ତୀବ୍ର ହୋଇଛି। ରାଜନୈତିକ ସର୍କଲରେ ଏକ ଆଲୋଚନା ହେଉଛି କି ଖାନ ସାର୍‌ ଜେଡିୟୁ ଟିକେଟରେ ନିର୍ବାଚନ ଲଢିବାକୁ ଯାଉଛନ୍ତି କି? ଏହି ସାକ୍ଷାତ ପରେ ସେ କହିଛନ୍ତି ଯେ ବର୍ତ୍ତମାନ ରାଜନୀତିରେ ଯୋଗଦେବା ତାଙ୍କର କୌଣସି ଉଦ୍ଦେଶ୍ୟ ନାହିଁ। ସେ ତାଙ୍କର କାମ କରୁଛନ୍ତି। କିନ୍ତୁ, ଭଲ ଲୋକମାନେ ରାଜନୀତିରେ ଆସିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?