Posted inଖେଳ

ଖାଣ୍ଡକର ଜୁନିୟର ମହିଳା ହକି ଦଳର ନୂଆ କୋଚ୍‌

ନୂଆଦିଲ୍ଲୀ, ୨୮ା୬ (ପି.ଟି.): ହକି ଇଣ୍ଡିଆ ମଙ୍ଗଳବାର ପୂର୍ବତନ ଅଧିନାୟକ ତୁଷାର ଖାଣ୍ଡକରଙ୍କୁ ଜୁନିୟର ମହିଳା ହକି ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତି ଦେଇଛି। ଏହି ଦଳ ବର୍ତ୍ତମାନ ବିଶ୍ୱକପ୍‌ ପାଇଁ ପ୍ରସ୍ତୁତ ହେଉଛି। ଏହା ନଭେମ୍ବର ୨୯ରୁ ଡିସେମ୍ବର ୧୦ ପର୍ଯ୍ୟନ୍ତ ସାଣ୍ଟିଆଗୋଠାରେ ଖେଳାଯିବ। ଖାଣ୍ଡକରଙ୍କୁ ହରବିନ୍ଦର ସିଂଙ୍କ ସ୍ଥାନରେ ଅବସ୍ଥାପିତ କରାଯାଇଛି। ଜାନୁୟାରୀରେ ଏରିକ୍‌ ଓନିଙ୍କ ପଦତ୍ୟାଗ କରି ଚାଲିଯିବା ପରେ ହରବିନ୍ଦରଙ୍କୁ ତାଙ୍କ ସ୍ଥାନରେ ଜଣେ କାମଚଳା କୋଚ୍‌ ଭାବେ ନିଯୁକ୍ତି ଦିଆଯାଇଥିଲା। ସୂଚନାଯୋଗ୍ୟ, ଉଭୟ ଜୁନିୟର ଓ ସିନିୟର ଦଳ ଦାୟିତ୍ୱରେ ରହିଥିବା ମହିଳା ମୁଖ୍ୟକୋଚ୍‌ ବର୍ତ୍ତମାନ ଏସିଆନ ଗେମ୍ସ ପ୍ରସ୍ତୁତି କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏଥିପାଇଁ ଖାଣ୍ଡକରଙ୍କୁ ଜୁନିୟର ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତି ମିଳିଛି। ଖାଣ୍ଡକର ପୂର୍ବରୁ ୨୦୧୪ ଓ ୨୦୧୬ ମଧ୍ୟରେ ଜଣେ କୋଚ୍‌ ହିସାବରେ ଭାରତୀୟ ପୁରୁଷ ଦଳର ଅଂଶବିଶେଷ ଥିଲେ। ତାଙ୍କ ସମୟରେ ଭାରତୀୟ ଦଳ ଅନେକ ସଫଳତା ହାସଲ କରିଥିଲା। ତନ୍ମଧ୍ୟରେ ଲଣ୍ଡନରେ ଐତିହାସିକ ଚାମ୍ପିୟନ୍ସ ଟ୍ରଫି ୨୦୧୬ରେ ରୌପ୍ୟ, ଏସିଆନ ଚାମ୍ପିୟନଶିପ୍‌ ଟ୍ରଫିରେ ଏକ ସ୍ବର୍ଣ୍ଣ ଏବଂ ରାୟପୁରରେ ବିଶ୍ୱ ହକି ଲିଗ୍‌୨୦୧୫ରେ ଏକ ବ୍ରୋଞ୍ଜ ଅନ୍ୟତମ।


Enter your email to get our daily news in your inbox.

All Right Reserved By Dharitri.Com

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri