ସୌମ୍ୟ କହିଲେ ଛୋଟ ଘଟଣା, ଲେଖାଶ୍ରୀ ପଚାରିଲେ ବଡ଼ କ’ଣ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ବିଜେଡି ଉପସଭାପତି ତଥା ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ନାବାଳିକା ପରୀ ହତ୍ୟାକାଣ୍ଡକୁ ଏକ ଛୋଟ ଘଟଣା ବୋଲି ମତ ଦେଇଛନ୍ତି। ଏହାକୁ ନେଇ ଭାଜପା ସୌମ୍ୟଙ୍କୁ କଡ଼ା ସମାଲୋଚନା କରିଛି। ନୟାଗଡ଼ ଜିଲାର ୫ ବର୍ଷର ଝିଅ ପରୀ ହତ୍ୟା ଘଟଣାକୁ ନେଇ ବିଧାନସଭା ଭିତରେ ଓ ବାହାରେ ବିରୋଧୀ ସରକାରଙ୍କୁ ଟାର୍ଗେଟ କରିିଛନ୍ତି। ଏହି ପ୍ରସଙ୍ଗରେ ସୌମ୍ୟ କହିଛନ୍ତି, ଏହା ଏକ ଛୋଟିଆ ଘଟଣା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିରୋଧୀ ଦଳର ଦାବିକୁ ସମ୍ମାନ ଜଣାଇ ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ପାଇଁ ସଙ୍କେତ ଦେଇଛନ୍ତି। ଏସ୍‌ଆଇଟିର ତଦନ୍ତ ପରେ ଦୋଷୀ କିଏ ଜଣାପଡ଼ିଯିବ। ଏତେ ବ୍ୟସ୍ତ ହେଲେ କ’ଣ ହେବ। ଅଭିଯୋଗ ବହୁତ ପ୍ରକାର ହେବ। ସେଥିରେ କାହାର ସମ୍ପୃକ୍ତି ଅଛି, ନ ଅଛି ତଦନ୍ତ ହେଲେ ଜଣାପଡ଼ିବ। ଆଉ ଏହି ଘଟଣାକୁ ଅଧିକ ନ ଘାଣ୍ଟି ବିରୋଧୀ ଦଳ ଗୃହ ଚଳାଇବାରେ ସହଯୋଗ କରିବା ଉଚିତ ବୋଲି ସୌମ୍ୟ କହିଛନ୍ତି। ଅନ୍ୟପକ୍ଷରେ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, ତେବେ ବଡ଼ ଘଟଣା କ’ଣ ସୌମ୍ୟ ବାବୁ କୁହନ୍ତୁ। ୫ ବର୍ଷର ଏକ ଛୋଟ ଝିଅକୁ ସ୍ପଷ୍ଟ ଦିବାଲୋକରେ ଉଠାଇ ନେଇ ହତ୍ୟା କରିଦେଲେ। ତାକୁ ମାରି ତା’ର ଅଙ୍ଗ ବିକ୍ରି କରାଯାଇଛି। ଉକ୍ତ କୁନି ଝିଅ ସହ ଆଉ କ’ଣ ହୋଇଥିଲେ ବଡ଼ ହୋଇଥାଆନ୍ତା ବୋଲି ଲେଖାଶ୍ରୀ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri