ଖଣ୍ଡୁଆଳି କଣ୍ଟେନ୍‌ମେଣ୍ଟ ଜୋନ୍‌

ଖୁଣ୍ଟୁଣୀ,୯।୧(ଡି.ଏନ୍‌.ଏ.): ଆଠଗଡ଼ ବ୍ଲକ ଖୁଣ୍ଟୁଣୀ ଥାନା ରାଧାକୃଷ୍ଣପୁର ପଞ୍ଚାୟତର ଖଣ୍ଡୁଆଳି ଗ୍ରାମରେ ଶୁକ୍ରବାର ୧୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମଣକୁ ଦୃଷ୍ଟିରେ ରଖି ଆଠଗଡ଼ ଉପଜିଲାପାଳ ଅଜାମ୍ବର ମହାନ୍ତି ଶନିବାର ସକାଳ ୬ଟାରୁ ଶୁକ୍ରବାର ସା ୬ଟା ପର୍ଯ୍ୟନ୍ତ ଏହି ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି। ଖଣ୍ଡୁଆଳି ଗ୍ରାମର ଜଣେ ବ୍ୟକ୍ତିଙ୍କୁ ଦୀର୍ଘଦିନ ଧରି ଜ୍ୱର ଓ ଥଣ୍ଡା ନ ଛାଡ଼ିବାରୁ ଗତ ୩ ଦିନ ତଳେ କଟକରେ ସେ ପରୀକ୍ଷା କରିବାରୁ ପଜିଟିଭ ଥିବା ଜଣାପଡିଥିଲା। ଫଳରେ ସେ ଘରେ ହୋମ ଆଇସୋଲେଶନରେ ରହିଥିଲେ। ହେଲେ ଶୁକ୍ରବାର ହଠାତ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଆଇସିୟୁରେ ଭର୍ତ୍ତି କରାଯାଇଥିବା ବ୍ରହ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମୁଖ୍ୟ ଡା. ଦିଲୀପ ଦାସ ସୂଚନା ଦେଇଛନ୍ତି। ଏହା ଜଣାପଡ଼ିବା ପରେ ଶୁକ୍ରବାର ବ୍ରହ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଖଣ୍ଡୁଆଳି ପ୍ରାଥମିକ ସ୍କୁଲରେ ୧୫୦ ଜଣଙ୍କ ଆଣ୍ଟିଜେନ ଟେଷ୍ଟ ଓ ୪୩ ଜଣଙ୍କର ଆରଟି-ପିସିଆର ଟେଷ୍ଟ କରାଯାଇଥିଲା। ଏମାନଙ୍କ ମଧ୍ୟରୁ ଗୋଟିଏ ପରିବାରରୁ ୯ଜଣ ଓ ଅନ୍ୟ ୭ଜଣଙ୍କର ରିପୋର୍ଟ ପଜିଟିଭ ବାହାରିଥିଲା। ତେବେ ସାରୁ ଏଠାରେ ପଞ୍ଚାୟତ ପକ୍ଷରୁ ଗ୍ରାମର ବିଭିନ୍ନ ସ୍ଥାନରେ ବ୍ୟାରିକେଡ କରାଯାଇଥିବା ଜଣାଯାଇଛି। ଏହି ଗ୍ରାମକୁ କୌଣସି ବାହାର ଲୋକ ପ୍ରବେଶ କରିପାରିବେ ନାହିଁ କିମ୍ବା ବାହାରୁ ଗ୍ରାମ ଭିତରକୁ କାହାରିକୁ ନ ଛାଡିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri