ଗିରଫଦାରି ଭୟରେ କହ୍ନେଇପୁର ଜନଶୂନ୍ୟ

କୃଷ୍ଣପ୍ରସାଦ,୨୮ା୪(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ କହ୍ନେଇପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ଘଟି ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ଏମ୍‌କେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ଗ୍ରାମରେ ଚାପା ଉତ୍ତେଜନା ଲାଗିରହିଥିବାରୁ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଗିରଫଦାରି ଭୟରେ ଗ୍ରାମ ଜନଶୂନ୍ୟ ହୋଇପଡ଼ିଛି। ଗୁରୁବାର ପୁରୀ ଏସ୍‌ଡିପିଓ କିଶୋର ଚନ୍ଦ୍ର ମୁଣ୍ଡୁ ଗ୍ରାମରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଥିଲେ। ତେବେ ସ୍ଥିତି ନିୟନ୍ତ୍ରଣ ଥିବା ବେଳେ ଏହି ଘଟଣାରେ କେହି ଗିରଫ ହୋଇ ନ ଥିବା ଏସ୍‌ଡିପିଓ କହିଛନ୍ତି।
ପ୍ରକାଶ ଯେ, ବୁଧବାର ସକାଳେ କେତେଜଣ ମହିଳା ପୋଖରୀକୁ ଗାଧେଇବା ଲାଗି ଯାଇଥିଲେ। ଏହି ସମୟରେ କେତେଜଣ ଯୁବକ ତାଙ୍କୁ କମେଣ୍ଟ ମାରିଥିଲେ। ପରେ କମେଣ୍ଟମରାର ଶିକାର ହୋଇଥିବା ମହିଳା ପରିବାର ଲୋକଙ୍କୁ ଜଣାଇବା ସହ ଏନେଇ କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ କରିଥିଲେ। ପୋଲିସ କହ୍ନେଇପୁର ଗ୍ରାମକୁ ଆସି ଘଟଣା ସମ୍ପର୍କରେ ପଚରାଉଚରା କରୁଥିବାବେଳେ ଉଭୟ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା। ଏପରି କି ପୋଲିସ ଏହାକୁ ଅଟକାଇବାକୁ ଚେଷ୍ଟା କରି ବିଫଳ ହୋଇଥିଲା। କେତେଜଣଙ୍କ ଘରର କବାଟ, ଝରକା ଭାଙ୍ଗିଯାଇଛି। ପରବର୍ତ୍ତୀ ସମୟରେ ଉତ୍ତ୍ୟକ୍ତ ଲୋକଙ୍କ କବଳରୁ ପୋଲିସ ଆହତମାନଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ନେଇ କୃଷ୍ଣପ୍ରସାଦ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଏମ୍‌କେସିଜି ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତେବେ ଗ୍ରାମରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ମୁତୟନ କରାଯାଇଛି। ପ୍ରକାଶ ଯେ, ଏହି ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଗତ ୨୦୧୯ ମସିହାରୁ ଲାଗିରହିଛି। ପ୍ରଶାସନର ଶାନ୍ତି କମିଟିରେ ସମାଧାନ ପରେ ବି କିଛି ମାସ ପରେ ପୁଣି ଏଭଳି ବିଶୃଙ୍ଖଳା ଦେଖାଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri