ଖାନ୍‌ନଗର: ବାପା-ପୁଅ ପଜିଟିଭ

କଟକ ଅଫିସ,୨୦ା୭-ଖାନ୍‌ନଗର ସାହିରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଠାରେ ଏହା ପ୍ରଥମ ଘଟଣା। ଉଭୟ ଆକ୍ରାନ୍ତ ବାପା-ପୁଅ। ଆକ୍ରାନ୍ତ ବାପା ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ଜଣେ ବରିଷ୍ଠ ବ୍ୟକ୍ତିବିଶେଷ ଓ ପୂଜା କମିଟିର ଜଣେ ସକ୍ରିୟ ସଦସ୍ୟ। ତାଙ୍କ ପୁଅ କିଛି ଦିନ ତଳେ ଅନୁଗୋଳରୁ ଫେରି ହୋମ କ୍ବାରାଣ୍ଟାଇନରେ ଥିଲେ। ରବିବାର ବାପା-ପୁଅଙ୍କ ସେକ୍ଟର-୭ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିଲା। ଉଭୟ ପଜିଟିଭ୍‌ ଥିବା ସୋମବାର ସନ୍ଧ୍ୟାରେ ଜଣାପଡ଼ିଛି। ପରିବାରର ଅନ୍ୟ ସଦସ୍ୟଙ୍କ ସ୍ବାବ୍‌ ମଙ୍ଗଳବାର ସଂଗ୍ରହ କରାଯିବ। ବର୍ତ୍ତମାନ କୌଣସି କୋଭିଡ୍‌ ହସ୍ପିଟାଲରେ ବେଡ୍‌ ଫାଙ୍କା ନ ଥିବାରୁ ସେମାନଙ୍କୁ ସ୍ଥାନାନ୍ତର କରାଯାଇ ନାହିଁ। ଅନ୍ୟପକ୍ଷରେ ଆକ୍ରାନ୍ତ ବାପା ସାହିର ଜଣେ ମୁରବି ହୋଇଥିବାରୁ ବହୁ ଲୋକ ତାଙ୍କ ସଂସ୍ପର୍ଶରେ ଆସିଥାଇପାରନ୍ତି। ସେହିପରି ଏସ୍‌ସିବି ଆଇସୋଲେଶନ ୱାର୍ଡରୁ ୧୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କଟକ ଜିଲାର ୮ ଜଣ। ଅନ୍ୟ ଦୁଇ ଜଣ କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାର। ପଲମୋନାରୀ ମେଡିସିନ ବିଭାଗ ଆଉଟଡୋର୍‌କୁ ଚିକିତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କ ଆଣ୍ଟିଜେନ ଟେଷ୍ଟ ହୋଇଥିଲା। କଟକ କେଶରପୁର ଅଞ୍ଚଳର ଏହି ବ୍ୟକ୍ତି ଜଣଙ୍କର ରିପୋର୍ଟ ପଜିଟିଭ ଆସିଛି।
ଏହାବ୍ୟତୀତ ସୋମବାର କଟକରୁ ୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମଣିସାହୁ ଛକରୁ ୪, ତନ୍ତିସାହିରୁ ୫, ଶଙ୍କରପୁରରୁ ୫, କନିକାଛକରୁ ୨, କେଶରପୁରରୁ ୧, ପୁରୁଣା ରାଉସାପାଟଣା କଣ୍ଟେନମେଣ୍ଟ ଜୋନରୁ ୨, କାଳିଗଳି, ମାଛୁଆବଜାର, ସାଆନ୍ତସାହି, ହରିପୁର, ଗୋପାଳପୁର, ଭଗତପୁର, ଗଣ୍ଡରପୁର, ନରାଜରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକ ମହାନଗର ନିଗମକୁ ବାଦ୍‌ ଦେଇ ଗ୍ରାମାଞ୍ଚଳରୁ ୫୫ ଜଣ ପଜିଟିଭ୍‌ ବାହାରିଛନ୍ତି। ସେଥିରୁ ବଡ଼ମ୍ବା ଅଞ୍ଚଳରୁ ୨୭, ମାହାଙ୍ଗାରୁ ୨୧, ବେଣ୍ଟକାରରୁ ୩, ନିଶ୍ଚିନ୍ତକୋଇଲିରୁ ୨, କଣ୍ଟାପଡ଼ା ଓ ଆଠଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri