Posted inଜାତୀୟ

ରାଷ୍ଟ୍ରପତିଙ୍କୁ ଅପମାନିତ କରାଯାଉଛି: ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣିଲା କଂଗ୍ରେସ

ନୂଆଦିଲ୍ଲୀ,୨୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’ ୨୮ରେ ନବନିର୍ମାଣ ସଂସଦର ଉଦ୍‌ଘାଟନ କରିବେ। ଏ ସମ୍ପର୍କରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅପମାନିତ କରିଥିବା ଅଭିଯୋଗ କରିଛନ୍ତି।

ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ପ୍ରଥମ ଥର ପାଇଁ କୌଣସି ରାଷ୍ଟ୍ରପତିଙ୍କୁ ଅପମାନିତ କରୁନାହାଁନ୍ତି। ଏହାପୂର୍ବରୁ ମଧ୍ୟ ସେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ନୂତନ ସଂସଦର ଭିତ୍ତିପ୍ରସ୍ତର ସ୍ଥାପନ ପାଇଁ ନିମନ୍ତ୍ରଣ କରି ନ ଥିଲେ। ବର୍ତ୍ତମାନ ନୂତନ ସଂସଦ ଗୃହର ଉଦ୍‌ଘାଟନ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନିମନ୍ତ୍ରଣ କରାଯାଉ ନାହିଁ।

ଖାର୍ଗେ କହିଛନ୍ତ,ଭାରତର ସଂସଦ ହେଉଛି ଗଣତନ୍ତ୍ରର ସର୍ବୋଚ୍ଚ ବିଧାନସଭା ଏବଂ ଭାରତ ରାଷ୍ଟ୍ରପତିଙ୍କ ଉପରେ ସର୍ବୋଚ୍ଚ ସାମ୍ବିଧାନିକ ଅଧିକାର ରହିଛି। ମୁର୍ମୁ ଏକକ ଭାବରେ ସରକାର, ବିରୋଧୀ ଏବଂ ପ୍ରତ୍ୟେକ ନାଗରିକଙ୍କୁ ସମାନ ଭାବରେ ପ୍ରତିନିଧିତ୍ୱ କରୁଛନ୍ତି। ସେ ଭାରତର ପ୍ରଥମ ନାଗରିକ। ସଂସଦ ଗୃହକୁ ରାଷ୍ଟ୍ରପତି ନିଜେ ଉଦ୍‌ଘାଟନ କରିବା ଉଚିତ୍‌ ବୋଲି ଖାର୍ଗେ କହିଛନ୍ତି। ମୁର୍ମୁଙ୍କ ଦ୍ୱାରା ନୂତନ ସଂସଦ ଗୃହର ଉଦ୍‌ଘାଟନ ଗଣତାନ୍ତ୍ରିକ ମୂଲ୍ୟବୋଧ ତଥା ସାମ୍ବିଧାନିକ ଶୈଳୀ ପ୍ରତି ସରକାରଙ୍କ ପ୍ରତିବଦ୍ଧତାର ପ୍ରତୀକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri