Posted inଜାତୀୟ

ରେଳମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୧୯ା୬: କେନ୍ଦ୍ର ସରକାର ଭାରତୀୟ ରେଲଓ୍ବେକୁ ଧ୍ୱଂସ କରିବାରେ ଲାଗିଛନ୍ତି। ଏଥିଯୋଗୁ ଦେଶରେ ବାରମ୍ବାର ଟ୍ରେନ୍‌ ଦୁର୍ଘଟଣା ଘଟୁଥିବା ଦର୍ଶାଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଇସ୍ତଫା ଦାବି କରିଛନ୍ତି। କାଞ୍ଚନଜଙ୍ଗା ଟ୍ରେନ୍‌ ଦୁର୍ଘଟଣ ସ୍ଥଳକୁ ଅଶ୍ୱିନୀ ଏକ ବାଇକ୍‌ ପଛପଟେ ବସି ପହଞ୍ଚତ୍ବା ନେଇ ମଧ୍ୟ ବିରୋଧୀ ଦଳଗୁଡ଼ିକର ନେତାମାନେ ସମାଲୋଚନା କରିଛନ୍ତି। ଅଶ୍ୱିନୀ ରେଳମନ୍ତ୍ରୀ ନୁହନ୍ତି, ବରଂ ‘ରିଲ୍‌ ମନ୍ତ୍ରୀ’। ମୋଦି ସରକାରଙ୍କ ଆପରାଧିକ ଅବହେଳା ଯୋଗୁ ରେଲଓ୍ବେ ସ୍ଥାଣୁ ଅବସ୍ଥାକୁ ଚାଲିଆସିଥିବା ସେମାନେ କହିଛନ୍ତି।
କଂଗ୍ରେସ ଅଧ୍ୟକ୍ଷ ଖାର୍ଗେ କହିଛନ୍ତି, ଯେତେବେଳେ ଏକ ଟ୍ରେନ୍‌ ଦୁର୍ଘଟଣା ଘଟେ,ମୋଦି ସରକାରଙ୍କ ରେଳମନ୍ତ୍ରୀ କ୍ୟାମେରା ସାମ୍ନାରେ ଘଟଣାସ୍ଥଳରେ ପହଞ୍ଚତ୍ଥାନ୍ତି ଏବଂ ସବୁକିଛି ଠିକ୍‌ଠାକ୍‌ ଥିବା ଭଳି ବ୍ୟବହାର କରିଥାନ୍ତି। ମୋଦିଜୀ ଏହି ଦୁର୍ଘଟଣା ପାଇଁ କାହାକୁ ଦାୟୀ କରାଯିବ? ରେଳମନ୍ତ୍ରୀ ନା ଆପଣଙ୍କୁ ?
ଏହି ଅବସରରେ ଖାର୍ଗେ ୭ଟି ପ୍ରଶ୍ନ କରିଛନ୍ତି। ସେଗୁଡ଼ିକ ହେଲା ରେଳ ମନ୍ତ୍ରଣାଳୟରେ ୩ ଲକ୍ଷ ପଦବୀ କାହିଁକି ଖାଲି ପଡ଼ିଛି? ୧୦ ବର୍ଷ ହେଲା ସେଗୁଡ଼ିକୁ କାହିଁକି ପୂରଣ କରାଯାଉନାହିଁ ବୋଲି ଖାର୍ଗେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri