Posted inଜାତୀୟ

ରାଜ୍ୟ ସଭାରେ ଖାର୍ଗେ-ଗୋୟଲ ମୁହଁାମୁହିଁ

ନୂଆଦିଲ୍ଲୀ,୨୬ା୭(ପି.ଟି.): ମଣିପୁର ପ୍ରସଙ୍ଗରେ ଆଲୋଚନାକୁ ନେଇ ରାଜ୍ୟ ସଭାରେ ଗୃହର ନେତା ପୀୟୂଷ ଗୋୟଲ ଏବଂ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କ ମଧ୍ୟରେ ମଙ୍ଗଳବାର ଜୋର୍‌ଦାର ବାକ୍‌ଯୁଦ୍ଧ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୃହରେ ଉପସ୍ଥିତ ରହନ୍ତୁ ବୋଲି ଖାର୍ଗେ ଦାବି କରିଥିବାବେଳେ ବିରୋଧୀ ଦଳ ଶାସିତ ରାଜ୍ୟଗୁଡ଼ିକରେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାର ମଧ୍ୟ ଗୃହରେ ଆଲୋଚନା ହେଉ ବୋଲି ଗୋୟଲ କହିଥିଲେ। ପ୍ରଶ୍ନୋତ୍ତର କାଳ ଆରମ୍ଭ ହେବାଠାରୁ ବିରୋଧୀମାନେ ଗୃହରେ ହଟ୍ଟଗୋଳ କରିବା ସହ ‘ମଣିପୁର, ମଣିପୁର’ ସ୍ଲୋଗାନ ଦେଇଥିଲେ। ରୁଲ୍‌ ୨୬୭ ଅନୁଯାୟୀ ମଣିପୁର ପ୍ରସଙ୍ଗରେ ଆଲୋଚନା ପାଇଁ ୫୦ରୁ ଊର୍ଦ୍ଧ୍ୱ ସଦସ୍ୟ ନୋଟିସ ଦେଇଥିବାବେଳେ ସରକାର ଏଥିପାଇଁ ପ୍ରସ୍ତୁତ ନାହାନ୍ତି ବୋଲି ଖାର୍ଗେ କହିଥିଲେ। ଏହାର ଜବାବରେ ରାଜସ୍ଥାନ, ଛତିଶଗଡ଼, ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ମହିଳା ନିର୍ଯାତନା ପ୍ରସଙ୍ଗରେ ଆଲୋଚନା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ପ୍ରସ୍ତୁତ ଅଛନ୍ତି ବୋଲି ଗୋୟଲ କହିଥିଲେ। ମୋଦି ବାହାରେ ଇଷ୍ଟ ଇଣ୍ଡିଆ କମ୍ପାନୀ ବିଷୟରେ କହୁଛନ୍ତି, ହେଲେ ଗୃହକୁ ଆସି ମଣିପୁର ସ୍ଥିତି ସମ୍ପର୍କରେ ଅବଗତ କରାଉ ନାହାନ୍ତି କାହିଁକି ବୋଲି ଖାର୍ଗେ ପ୍ରଶ୍ନ କରିଥିଲେ। ବିରୋଧୀ ଗୃହକାର୍ଯ୍ୟରେ ବାଧା ସୃଷ୍ଟି କରି ସମ୍ବେଦନଶୀଳ ପ୍ରସଙ୍ଗରେ ଆଲୋଚନା ପାଇଁ ସୁଯୋଗ ଦେଉନାହାନ୍ତି ବୋଲି ଗୋୟଲ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri