Posted inଜାତୀୟ

ମୋଦିଙ୍କ ଶପଥ ଉତ୍ସବରେ ଖାର୍ଗେଙ୍କୁ ନିମନ୍ତ୍ରଣ

ନୂଆଦିଲ୍ଲୀ,୮ା୬: ଆସନ୍ତାକାଲି ଅର୍ଥାତ୍‌ ରବିବାର (ଜୁନ ୯)ରେ କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମକୁ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ନିମନ୍ତ୍ରଣ କରାଯାଇଛି। ତେବେ ମଲ୍ଲିକାର୍ଜୁନଙ୍କ ତରଫରୁ ଆସନ୍ତାକାଲି ସେ ଏହି ନିମନ୍ତ୍ରଣ ଉପରେ ନିଷ୍ପତ୍ତି ନେବେ ବୋଲି କୁହାଯାଇଛି।

ସୂଚନାଯୋଗ୍ୟ, ସଦ୍ୟସମାପ୍ତ ଲୋକ ସଭା ନିର୍ବାଚନରେ ଭାଜପା ଏକାକୀ ୨୪୦ ଆସନ ଜିତିଥିବାବେଳେ ନ୍ୟାଶନାଲ ଡେମୋକ୍ରାଟିକ୍‌ ଆଲିଆନ୍ସ (ଏନ୍‌ଡିଏ)କୁ ୨୯୩ ଆସନ ମିଳିଛି। ନୂଆ ଏନ୍‌ଡିଏ ସରକାରରେ ଭାଜପା ସହ ସହଯୋଗୀ ଦଳଗୁଡ଼ିକୁ ଅଧିକ ମନ୍ତ୍ରୀପଦ ମିଳିବ ବୋଲି କୁହାଯାଉଛି। ଶୁକ୍ରବାର ଏନ୍‌ଡିଏ ସଂସଦୀୟ ଦଳ ବୈଠକ ବସି ମୋଦିଙ୍କୁ ନେତାଙ୍କୁ ଆନୁଷ୍ଠାନିକ ଭାବେ ନେତା ନିର୍ବାଚିତ କରାଯାଇଥିଲା। ଏହା ପରେ ସେ ରାଷ୍ଟ୍ରପତି ଭବନ ଯାଇ ସରକାର ଗଠନ ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟରେ ଦାବି ଜଣାଇଥିଲେ। ରାଷ୍ଟ୍ରପତି ତାଙ୍କୁ ଭାବୀ ପ୍ରଧାନମନ୍ତ୍ରୀ ନିଯୁକ୍ତ କରିବା ସହ ରବିବାର ଶପଥ ଗ୍ରହଣ ପାଇଁ ଆମନ୍ତ୍ରଣ କରିଥିଲେ। ରବିବାର ସନ୍ଧ୍ୟା ୭ଟା ୧୫ ମିନିଟ୍‌ରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ଉତ୍ସବ ଆରମ୍ଭ ହେବାକୁ ଯାଉଛି। ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା, ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ସମେତ ୭ ପଡୋଶୀ ଦେଶ ତଥା ଭାରତ ମହାସାଗର ଅଞ୍ଚଳର ନେତାମାନେ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ। ତେବେ ପାକିସ୍ତାନ ଏବଂ ପାକିସ୍ତାନ ନେତାଙ୍କୁ ଉତ୍ସବକୁ ନିମନ୍ତ୍ରଣ କରାଯାଇ ନାହିଁ। ଇତିମଧ୍ୟରେ ହାସିନା ଏବଂ ସିଚେଲ୍ସ ଉପରାଷ୍ଟ୍ରପତି ଅହମଦ ଆଫିଫ୍‌ ଦିଲ୍ଲୀରେ ପହଞ୍ଚି ସାରିଛନ୍ତି। ବାହାର ନେତାଙ୍କ ସମେତ ଦେଶର ଶାସକ ଦଳର ବହୁ ନେତା ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉତ୍ସବରେ ଉପସ୍ଥିତ ରହିବେ। ତେବେ କଂଗ୍ରେସ ଓ ଇଣ୍ଡିଆ ବ୍ଲକ୍‌ର ନେତାମାନଙ୍କୁ ଶପଥଗ୍ରହଣ ଉତ୍ସବରେ ଯୋଗଦେବା ଲାଗି ଏପର୍ଯ୍ୟନ୍ତ ନିମନ୍ତ୍ରଣ ମିଳିନାହିଁ। କଂଗ୍ରେସ ନେତାମାନେ ନିମନ୍ତ୍ରଣ ପାଇଲେ ଉତ୍ସବରେ ଯୋଗଦେବା ନେଇ ବିଚାର କରିବେ ବୋଲି ଦଳର ସାଧାରଣ ସମ୍ପାଦକ ଜୟରାମ ରମେଶ କହିଛନ୍ତି।
ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ଦିଲ୍ଲୀରେ ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷାରେ ଅର୍ଦ୍ଧସାମରିକ ବାହିନୀ, ଏନ୍‌ଏସ୍‌ଜି, ଡ୍ରୋନ୍‌ ଏବଂ ସ୍ନିପରଙ୍କୁ ନିୟୋଜିତ କରାଯିବା ସହ ଅତିଥିମାନଙ୍କୁ ଉତ୍ସବ ସ୍ଥଳକୁ ଆଣିବା ଲାଗି ସ୍ବତନ୍ତ୍ର ରୁଟ୍‌ ଓ ସୁରକ୍ଷା ବ୍ୟବସ୍ଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri