ନିର୍ବାଚନ ପ୍ରଚାରରେ ଭଦ୍ରକ ଆସିବେ ଖାର୍ଗେ, ରାହୁଲ

ଭଦ୍ରକ,୨୮।୫(ସନାତନ ରାଉତ): ଜୁନ୍‌ ୧ତାରିଖରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭଦ୍ରକରେ କଂଗ୍ରେସ ନିର୍ବାଚନ ପ୍ରଚାରକୁ ଜୋରଦାର କରିଛି। ବୁଧବାର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଓ ଗୁରୁବାର ରାହୁଲ ଗାନ୍ଧୀ ଭଦ୍ରକରେ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଖବରଦାତା ସମ୍ମିଳନୀରେ ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି।

ଜିଲା କଂଗ୍ରେସ କାର୍ଯାଳୟରେ ମଙ୍ଗଳବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପିସିସି ସଭାପତି ସୂଚନା ଦେଇଛନ୍ତି, ବୁଧବାର ଚାନ୍ଦବାଲି ବ୍ଲକ ମତୋଠାରେ ନିର୍ବାଚନୀ ସମାବେଶରେ ମଲ୍ଲିକାର୍ଜ୍ଜୁନ ଖାର୍ଗେ ଯୋଗଦେଇ ସଭାକୁ ସମ୍ବୋଧିତ କରିବେ। ସେହିପରି ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭଦ୍ରକ ରାଣୀତାଲ ନିକଟସ୍ଥ ମଇତାପୁର ପଡ଼ିଆରେ ଯୋଗଦେଇ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବେ।

ଓଡ଼ିଶାରେ ବିଜେଡି ଓ ଭାଜପା ମଧ୍ୟରେ ଭିତିରି ବୁଝାମଣାରେ ନିର୍ବାଚନ ଚାଲିଛି। ବିଜେଡ଼ି ଏମ୍‌ପି ସିଟ୍‌ ଭାଜପାକୁ ଛାଡ଼ିବ ଓ ଭାଜପା ବିଧାୟକ ସିଟ୍‌ ବିଜେଡ଼ିକୁ ଛାଡ଼ିବ ବୋଲି ବୁଝାମଣା ହୋଇଥିବା ପିସିସି ସଭାପତି ଆରୋପ ଲଗାଇଛନ୍ତି। କଂଗ୍ରେସ ସମୟରେ ପାରାଦ୍ୱୀପ ବନ୍ଦର, ରାଉରକେଲାର ଷ୍ଟିଲ ପ୍ଲାଂଟ, ନାଲ୍‌କୋ, ମିଗ୍‌ବିମାନ କାରଖାନା ପ୍ରତିଷ୍ଠା ହୋଇଥିବା ବେଳେ ୨୫ ବର୍ଷର ବିଜେଡ଼ି ଶାସନରେ ଗୋଟିଏ ବି ଶିଳ୍ପ ପ୍ରତିଷ୍ଠା ହୋଇପାରି ନାହିଁ। ରାଜ୍ୟର ବେକାରୀ ସମସ୍ୟା ଉତ୍କଟ ହୋଇଥିବା ବେଳେ ଚାଷୀଙ୍କ ମଧ୍ୟ ଉନ୍ନତି ହୋଇପାରିନାହିଁ। କଂଗ୍ରେସ ସରକାରକୁ ଆସିଲେ ବେକାରୀଙ୍କ ନିଯୁକ୍ତି ଦିଆଯିବ, ଧାନ କୁଇଣ୍ଟାଲ ୩ହଜାର ଟଙ୍କା କରାଯିବ ବୋଲି ସେ କହିଥିଲେ।

ଭଦ୍ରକ ଲୋକସଭା ସହ ୭ଟି ନିର୍ବାଚନ ମଣ୍ଡଳୀର ବିଧାନସଭା ଆସନରେ କଂଗ୍ରେସ ବିଜୟୀ ହେବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଥିଲେ। ସେହିପରି ପିସିସି ଉପସଭାପତି ତାରାପ୍ରସାଦ ବାହିନୀପତି କହିଛନ୍ତି, ଓଡ଼ିଶାକୁ ନବୀନ ପଟ୍ଟନାୟକ ଦାଦନରେ ଏକ ନମ୍ବର କରିଛନ୍ତି। ନିର୍ବାଚନରେ ଗୁଣ୍ଡାଗିରି ଓ କଳାଟଙ୍କା ବ୍ୟବହାର କରି ପୁଣିଥରେ ସରକାର କରିବା ପାଇଁ ଚେଷ୍ଟା କରୁଛନ୍ତି।

ରାଜ୍ୟବାସୀ ଭାଜପା,ବିଜେଡ଼ିର ଭିତିରି ବୁଝାମଣାକୁ ବୁଝିପାରିଛନ୍ତି। ଏଥର ନିଶ୍ଚୟ ପରିବର୍ତ୍ତନ ହେବ ବୋଲି ସେ ପ୍ରକାଶ କରିଥିଲେ। ମୁଖ୍ୟ ମୁଖପାତ୍ର ଶୁଭେନ୍ଦୁ ରାୟ ମହାପାତ୍ରଙ୍କ ସଂଯୋଜନାରେ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ପର୍ଯ୍ୟବେକ୍ଷକ କୁନାଲ ବାନାର୍ଜୀ, ଭଦ୍ରକ ଲୋକସଭା ପ୍ରାର୍ଥୀ ଅନନ୍ତ ପ୍ରସାଦ ସେଠୀ, ପୂର୍ବତନ ଜିଲା ସଭାପତି ନଳିନୀକାନ୍ତ ମହାନ୍ତି, ସୁବ୍ରତ ଦାସ, ଦେବରୂପ ମହାନ୍ତି, ଦଳିତ ନେତା ରାଜେନ୍ଦ୍ର ଜେନା, ବଳରାମ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri