Posted inଜାତୀୟ

ଆଜି ଦାୟିତ୍ୱ ନେବେ ଖାର୍ଗେ

ନୂଆଦିଲ୍ଲୀ,୨୬।୧୦ (ପି.ଟି.): ନବନିର୍ବାଚିତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ଏହି ଉତ୍ସବ ଲାଗି ଏଆଇସିସି ମୁଖ୍ୟାଳୟରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ୨୪ ବର୍ଷ ପରେ ଜଣେ ଅଣଗାନ୍ଧୀ ସର୍ବପୁରାତନ ଦଳର ନେତୃତ୍ୱ ନେବେ। ଦଳର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିବେ। ଗତ ୧୭ ତାରିଖରେ ଅନୁଷ୍ଠିତ ନିର୍ବାଚନରେ ଖାର୍ଗେ ଥିରୁଭାନନ୍ତପୁରମ୍‌ ଏମ୍‌ପି ଶଶୀ ଥରୁରଙ୍କୁ ପରାସ୍ତ କରିଥିଲେ। ଏଆଇସିସି ମୁଖ୍ୟାଳୟ ଲନ୍‌ରେ ଟେଣ୍ଟ କରାଯିବା ସହ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠକୁ ପ୍ରସ୍ତୁତ କରାଯାଇଛି। ବୁଧବାର ଆୟୋଜନ ହେବାକୁ ଥିବା ଉତ୍ସବରେ ଦଳର କେନ୍ଦ୍ରୀୟ ନିର୍ବାଚନ କର୍ତ୍ତୃପକ୍ଷ ଅଧ୍ୟକ୍ଷ ମଧୁସୂଦନ ମିସ୍ତ୍ରି ବରିଷ୍ଠ ନେତା ଖାର୍ଗେଙ୍କୁ ନିର୍ବାଚନ ସାର୍ଟିଫିକେଟ ପ୍ରଦାନ କରିବେ। ଏହି କାର୍ଯ୍ୟକ୍ରମରେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀଙ୍କ ସମେତ ଦଳର ବହୁ ବରିଷ୍ଠ ନେତା ଉପସ୍ଥିତ ରହିବେ। ୮୦ ବର୍ଷୀୟ ଖାର୍ଗେ ପୂର୍ବରୁ କର୍ନାଟକ ବିଧାନସଭାରେ ବିରୋଧୀ ଦଳ ନେତା, ଲୋକ ସଭାରେ କଂଗ୍ରେସର ନେତା ଏବଂ ରାଜ୍ୟ ସଭାରେ ବିରୋଧୀ ଦଳ ନେତା ଥିଲେ। ଦଳ ବିଭିନ୍ନ ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବାବେଳେ ଖାର୍ଗେଙ୍କୁ ଏହାର ଦାୟିତ୍ୱ ଦିଆଯାଇଛି। ଏହି ଦଳ ରାଜସ୍ଥାନ ଓ ଛତିଶଗଡ଼ରେ କ୍ଷମତାରେ ଥିବାବେଳେ ଝାଡ଼ଖଣ୍ଡରେ ଜେଏମ୍‌ଏମ୍‌ ସହ ମିଶି ସରକାର ଗଢ଼ିଛି। ନିର୍ବାଚନ ହେବାକୁ ଥିବା ହିମାଚଳପ୍ରଦେଶ ଓ ଗୁଜରାଟରେ କଂଗ୍ରେସକୁ କ୍ଷମତାକୁ ଫେରାଇବା ଖାର୍ଗେଙ୍କ ପାଇଁ ପ୍ରଥମ ଚ୍ୟାଲେଞ୍ଜ ହେବ। ନଭେମ୍ବର ୧୨ରେ ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଗୁଜରାଟ ନିର୍ବାଚନ ତାରିଖ ଏପର୍ଯ୍ୟନ୍ତ ଘୋଷଣା ହୋଇନାହିଁ। ୨୦୨୩ରେ ୯ଟି ରାଜ୍ୟରେ ନିର୍ବାଚନ ରହିଛି। ଏଥିସହିତ ୨୦୨୪ ସାଧାରଣ ନିର୍ବାଚନ ଲାଗି ସବୁ ବିରୋଧୀ ଦଳଙ୍କୁ ଏକାଠି କରିବା ଖାର୍ଗେଙ୍କ ପାଇଁ ଅନ୍ୟତମ ବଡ଼ ଚ୍ୟାଲେଞ୍ଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri