Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ଖାର୍ଗେଙ୍କ ୬ ପ୍ରସ୍ତାବ

ନୂଆଦିଲ୍ଲୀ, ୧୦।୫: କରୋନା ଦ୍ୱିତୀୟ ଲହରର ମୁକାବିଲା ପାଇଁ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ୬ଟି ପ୍ରସ୍ତାବ ଦେଇଛନ୍ତି। ମହାମାରୀ ସାଧାରଣ ଲୋକଙ୍କ ଜୀବନକୁ ଦୁର୍ବିଷହ କରିଦେଲାଣି। ଚିକିତ୍ସା ପାଇଁ ଲୋକେ ସେମାନଙ୍କ ଜମି, ଗହଣା ବିକ୍ରି କରିଦେବା ସହ ଜୀବନ ସାରା ସଞ୍ଚତ୍ଥିବା ଧନକୁ ଖର୍ଚ୍ଚ କରିଦେଉଛନ୍ତି। କେନ୍ଦ୍ର ସରକାର ନିଜ କର୍ତ୍ତବ୍ୟରୁ ବିଚ୍ୟୁତ ହୋଇଥିବାବେଳେ ମହାମାରୀ ମୁକାବିଲାରେ ସିଭିଲ୍‌ ସୋସାଇଟି ଏବଂ ନାଗରିକ ଗୋଷ୍ଠୀ ସାମିଲ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ସାମୂହିକ ତଥା ସହମତି ଆଧାରିତ ଦୃଷ୍ଟିଭଙ୍ଗୀ ଆପଣାଇବା ପାଇଁ ରାଜ୍ୟ ସଭାର ବିରୋଧୀ ଦଳ ନେତା ଆହ୍ବାନ ଦେଇଛନ୍ତି। ମହାମାରୀର ମୁକାବିଲା ପାଇଁ ମିଳିତ ଭାବେ ଯୋଜନା ରୂପରେଖ ପ୍ରସ୍ତୁତ ପାଇଁ ସର୍ବଦଳୀୟ ବୈଠକ ଡାକିବାକୁ ଖାର୍ଗେ ପ୍ରଧାନମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛନ୍ତି। କୋଭିଡ୍‌ ଟିକାକରଣ ଲାଗି ବଜେଟରେ ୩୫,୦୦୦ କୋଟି ଟଙ୍କା ବ୍ୟୟବରାଦ ହୋଇଥିଲା। ସମସ୍ତେ ଯେପରି ଟିକା ନେବେ ତାହା ସୁନିଶ୍ଚିତ କରାଯାଉ। ସେହିପରି ଟିକା ଉତ୍ପାଦନ ବୃଦ୍ଧି ପାଇଁ ବାଧ୍ୟତାମୂଳକ ଲାଇସେନ୍ସ ବ୍ୟବସ୍ଥା ଉଠାଇଦେବା ଏବଂ ଗୁରୁତ୍ୱପୂର୍ଣ୍ଣ ମେଡ଼ିକାଲ ଉପକରଣ, ଟିକା ଉପରୁ କେନ୍ଦ୍ର ଟିକସ ଛାଡ଼ କରୁ। ବିଦେଶରୁ ଆସୁଥିବା ସହାୟତା ସାମଗ୍ରୀର ଉପଯୁକ୍ତ ବଣ୍ଟନ କରିବା ସହ ଏମ୍‌ଜିଏନ୍‌ଆର୍‌ଇଜିଏରେ ପ୍ରବାସୀ ଶ୍ରମିକମାନଙ୍କୁ କାମଧନ୍ଦା ଯୋଗାଇ ଦେବା ପାଇଁ କାର୍ଯ୍ୟଦିବସ ଓ ସର୍ବନିମ୍ନ ମଜୁରି ବୃଦ୍ଧି କରିବା ପାଇଁ କଂଗ୍ରେସ ନେତା ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri